ବିଜିୟୁ ଓ ଏମ୍‌ଏମ୍‌ୟୁ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ୱର,୬ା୭(ବ୍ୟୁରୋ): ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ଓ ମାଲେସିଆସ୍ଥିତ ମଲ୍ଟି ମିଡିଆ ୟୁନିଭର୍ସିଟି (ଏମ୍‌ଏମ୍‌ୟୁ) ମଧ୍ୟରେ ଏକ ବୁଝାମଣା ସ୍ବାକ୍ଷରିତ ହୋଇଯାଇଛି। ବୁଝାମଣା ଅନୁସାରେ ଗବେଷଣା ସହ ଷ୍ଟୁଡେଣ୍ଟ ଫାକଲ୍ଟି ଏକ୍ସଚେଞ୍ଜ ପ୍ରୋଗ୍ରାମ ଜରିଆରେ ଉଭୟ ଶିକ୍ଷାନୁଷ୍ଠାନ ମିଳିତ ଭାବେ କାର୍ଯ୍ୟ କରିବାକୁ ପରସ୍ପରକୁ ସହଯୋଗ ପ୍ରଦାନ କରିବେ। ବିଜିୟୁର କୁଳପତି ଡ. ପ୍ରଫେସର ସୁଧାକର ପଣ୍ଡା ଏବଂ ଏମ୍‌ଏମ୍‌ୟୁର ସଭାପତି ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫେସର ଦାତୁକ୍‌ ଟିଏସ୍‌ ଏବଂ ଡ. ଅହମ୍ମଦ ରଫି ଇସାକ୍‌ ଏହି ବୁଝାମଣା ସ୍ବାକ୍ଷରିତ କରିଥିଲେ। ବିର୍ଲା ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟର ଡିନ୍‌ ଡ. ପରମେଶ୍ୱର ନାୟକ ଏବଂ ଏମ୍‌ଏମ୍‌ୟୁ ଏଫ୍‌ଓବିର ଡିନ୍‌ ଗେରାଲ୍ଡ ଗୋ ଗୁଆନ୍‌ ଉପସ୍ଥିତ ଥିଲେ। ଚଳିତ ବର୍ଷ ମାର୍ଚ୍ଚରେ ବିଜିୟୁର ୪୦ଜଣ ଛାତ୍ରୀଛାତ୍ର ପ୍ରଫେସର ସୁଜିତ କୁମାର ପାତ୍ର ଓ ପ୍ରଫେସର ଅର୍ଚ୍ଚନା ଚୌଧୁରୀଙ୍କ ତତ୍ତ୍ୱାବଧାନରେ ଏକ ସପ୍ତାହ ପର୍ଯ୍ୟନ୍ତ ଏମ୍‌ଏମ୍‌ୟୁକୁ ଷ୍ଟଡି ଟୁର୍‌ରେ ଯାଇଥିଲେ। ଅନ୍ୟପକ୍ଷରେ ଦୀର୍ଘ ୨୦ବର୍ଷ ଧରି ଶିକ୍ଷାକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ଏମ୍‌ଏମ୍‌ୟୁ ମାଲେସିଆ ଛାତ୍ରୀଛାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ଜ୍ଞାନ ପ୍ରଦାନ କରିଆସୁଥିବାବେଳେ ଏହି ଶିକ୍ଷାନୁଷ୍ଠାନ ସହ ଏମ୍‌ଓୟୁ ଦ୍ୱାରା ବିଜିୟୁ ଛାତ୍ରୀଛାତ୍ରମାନେ ବିଶେଷ ଉପକୃତ ହେବେ। ଏହାବ୍ୟତୀତ ବିଜିୟୁର ସ୍ଲୋଭେନିଆସ୍ଥିତ ୟୁନିଭର୍ସିଟି ଅଫ୍‌ ଲୁବ୍ଲିନିୟା, ଫ୍ରାନ୍ସର ଏସ୍କା ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟ ଏବଂ ପୋଲାଣ୍ଡସ୍ଥିତ କୋଜମିନ୍‌ସ୍କି ସହ ସହବନ୍ଧନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri