ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ ବିଦ୍ୟୁତ୍ ଲୁଚକାଳି ଖେଳୁଛି। ଏ ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ ସ୍ବାଭାବିକ ହୋଇନାହିଁ। ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ସହରାଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗଛପଡି ପ୍ରାୟ ୯୦ ବିଦ୍ୟୁତ୍ ପୋଲ ଭାଙ୍ଗି ଯାଇଛି। ୨୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ହୋଇଥିବା ବିଦ୍ୟୁତ୍ ବିଭାଗର ନିର୍ବାହୀ ଯନ୍ତ୍ରୀ ମନୋଜ ମହାନ୍ତି ସୂଚନା ଦେଇଛନ୍ତି। ବିଭାଗର ପ୍ରାୟ ୧୦୦ କର୍ମଚାରୀ ଦିନରାତି ବିଦ୍ୟୁତ୍ ସରବରାହ ସ୍ବାଭାବିକ କରିବାକୁ ଲାଗିଛନ୍ତି। ଅପରାହ୍ନ ୪ଟା ସୁଦ୍ଧା ଏଫ୍ସିଆଇ ଛକ, ବଜାର ଓ ଫୁଲବାଣୀ ସାହି ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆ ସରିଥିବାବେଳେ ରାତି ୮ଟା ସୁଦ୍ଧା ସମଗ୍ର ସହରରେ ବିଦ୍ୟୁତ୍ ସରବରାହ ସ୍ବାଭାବିକ ହୋଇଛି। ସହର ତଥା ଆଖପାଖ ଅଞ୍ଚଳରେ ୨୫ରୁ ଉର୍ଦ୍ଧ୍ୱ ଘର ଭାଙ୍ଗିଥିବା ଜରୁରିକାଳୀନ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୨୧ଟି ଘର ସରକାରୀ ଜମି ଉପରେ ରହିଥିବା ବେଳେ ୪ ପଟ୍ଟା ଜାଗାରେ ଅଛି। ନିୟମ ଅନୁଯାୟୀ ପଟ୍ଟାଥିବା ଘରକୁ କ୍ଷତିପୂରଣ ପ୍ରଦାନ କରାଯିବ। ତେବେ ସମସ୍ତ କ୍ଷତିଗ୍ରସ୍ତଙ୍କୁ ପାଲ ଦିଆଯାଇଥିବା ଜିଲା ଜରୁରିକାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ସୂଚନା ଦେଇଛନ୍ତି।
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…
ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
Archives


