ବିଜୁଳି, ପାଣି ପାଇଁ ଲୋକେ ହଇରାଣ

ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ ବିଦ୍ୟୁତ୍‌ ଲୁଚକାଳି ଖେଳୁଛି। ଏ ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇନାହିଁ। ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ସହରାଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗଛପଡି ପ୍ରାୟ ୯୦ ବିଦ୍ୟୁତ୍‌ ପୋଲ ଭାଙ୍ଗି ଯାଇଛି। ୨୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ହୋଇଥିବା ବିଦ୍ୟୁତ୍‌ ବିଭାଗର ନିର୍ବାହୀ ଯନ୍ତ୍ରୀ ମନୋଜ ମହାନ୍ତି ସୂଚନା ଦେଇଛନ୍ତି। ବିଭାଗର ପ୍ରାୟ ୧୦୦ କର୍ମଚାରୀ ଦିନରାତି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ କରିବାକୁ ଲାଗିଛନ୍ତି। ଅପରାହ୍ନ ୪ଟା ସୁଦ୍ଧା ଏଫ୍‌ସିଆଇ ଛକ, ବଜାର ଓ ଫୁଲବାଣୀ ସାହି ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ଦିଆ ସରିଥିବାବେଳେ ରାତି ୮ଟା ସୁଦ୍ଧା ସମଗ୍ର ସହରରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଛି। ସହର ତଥା ଆଖପାଖ ଅଞ୍ଚଳରେ ୨୫ରୁ ଉର୍ଦ୍ଧ୍ୱ ଘର ଭାଙ୍ଗିଥିବା ଜରୁରିକାଳୀନ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୨୧ଟି ଘର ସରକାରୀ ଜମି ଉପରେ ରହିଥିବା ବେଳେ ୪ ପଟ୍ଟା ଜାଗାରେ ଅଛି। ନିୟମ ଅନୁଯାୟୀ ପଟ୍ଟାଥିବା ଘରକୁ କ୍ଷତିପୂରଣ ପ୍ରଦାନ କରାଯିବ। ତେବେ ସମସ୍ତ କ୍ଷତିଗ୍ରସ୍ତଙ୍କୁ ପାଲ ଦିଆଯାଇଥିବା ଜିଲା ଜରୁରିକାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri