ବିଜୁଳି ବିଲ୍‌ ଆଦାୟ ବେଳେ ମାଡ଼

ଅନୁଗୋଳ ଅଫିସ୍‌, ୧୬।୩: ବକେୟା ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ ଯାଇଥିବାବେଳେ ରବିବାର ଅନୁଗୋଳ ଏନଜେନ୍‌ କନିଷ୍ଠ ଯନ୍ତ୍ରୀ ଦୀପକ କୁମାର ପାତ୍ରଙ୍କୁ ମାଡ଼ ମରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଙ୍ଗାରବନ୍ଧ ଗ୍ରାମର ଜଣେ ଉପଭୋକ୍ତା ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ପୋଲିସ ଏ ସଂକ୍ରାନ୍ତରେ ନଂ. ୩୧୫/୨୦ରେ ଏକ ମାମଲା ରୁଜୁ କରିଛି।
ଅଭିଯୋଗରୁ ଜଣାଯାଏ, ଅନୁଗୋଳ ଡିଭିଜନ୍‌ ଅଧୀନରେ କାର୍ଯ୍ୟ କରୁଥିବା ସେସୁ ଓ ଏନ୍‌ଜେନ କର୍ମଚାରୀମାନେ ଘର ଘର ବୁଲି ବିଜୁଳି ବକେୟା ଟଙ୍କା ଆଦାୟ କରୁଛନ୍ତି। ଅପରାହ୍ନରେ ଦୀପକ ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବାକୁ ଅଙ୍ଗାରବନ୍ଧ ଗ୍ରାମକୁ ଯାଇଥିବାବେଳେ ଉପଭୋକ୍ତା ଜଣକ ତାଙ୍କୁ ଗାଳି କରିବା ସହ ମାଡ଼ ମାରିଥିଲେ। ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ସେହି ଗ୍ରାମକୁ ଯାଇଥିଲା। ହେଲେ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ଦୀପକ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିଦ୍ୟୁତ୍‌ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ସେମାନେ ଥାନା ଘେରିବା ସହ ଧାରଣାରେ ବସିଥିଲେ। ଏହାପରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚୁରା କରୁଛି।
ଘଟଣା ସମ୍ପର୍କରେ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ କହିଛନ୍ତି, ତଦନ୍ତ ଚାଲିଛି। ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝିଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚୁରା କରାଯାଉଛି। ଏହାପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ୧୫ଦିନ ମଧ୍ୟରେ ଏଭଳି ୨ଟି ମାମଲା ରୁଜୁ ହୋଇଛି। ଗତ ମାସ ୨୯ ତାରିଖରେ ଶିକ୍ଷକପଡ଼ା ଛକରେ ଏନ୍‌ଜେନ୍‌ର ଲାଇନ୍‌ମ୍ୟାନ୍‌ ପ୍ରତ୍ୟୁଷ କୁମାର ସ୍ବାଇଁଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ନଂ. ୨୪୭/୨୦ରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଯିବା ପର୍ଯ୍ୟନ୍ତ ବକେୟା ବିଲ୍‌ ଆଦାୟ କରିବାକୁ ଯିବେନାହିଁ ବୋଲି ବିଦ୍ୟୁତ୍‌ କର୍ମଚାରୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri