Categories: ରାଜ୍ୟ

ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର କଳାହାଣ୍ଡି, କନ୍ଧମାଳ, ଦେଓଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏ ନେଇ ବିଭାଗ ପକ୍ଷରୁ ସତର୍କ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।