ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଲୋକଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ‘ପକ୍କାଘର ଯୋଗ୍ୟତା କାର୍ଡ’ ପ୍ରଦାନ କରାଯିବ। ସେହିପରି ସହରାଞ୍ଚଳରେ ରହୁଥିବା ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ’ ମାଧ୍ୟମରେ ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟାଯିବ। ଏହି କାର୍ଯ୍ୟକୁ ଆନ୍ତରିକତାର ସହିତ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସମସ୍ତ କାର୍ଯ୍ୟକର୍ତ୍ତା, ପର୍ଯ୍ୟବେକ୍ଷକ, ଏମ୍‌ପି, ବିଧାୟକ, ଜିଲା ସଭାପତି, ଛାମୁଆ ସଙ୍ଗଠନର ରାଜ୍ୟ ସଭାପତି ଏବଂ ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି।
ନବୀନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଏଥର ବିଜୁ ଜୟନ୍ତୀ ସମାରୋହ ଆସନ୍ତା ୫ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ପାଳନ ହେବ। ବ୍ଲକ ଏବଂ ପୌରାଞ୍ଚଳରେ ବୈଠକ କରାଯାଇ ନବୀନ ପଟ୍ଟନାୟକଙ୍କ ୨୦ବର୍ଷ ସରକାରର ସଫଳତା ସମ୍ପର୍କରେ ପ୍ରଚାର କରାଯିବ। ଏହି ଦିବସକୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜୁ ଜୟନ୍ତୀଠାରୁ ତାଙ୍କ ତିରୋଧାନ ଦିବସ ଅର୍ଥାତ୍‌ ଏପ୍ରିଲ ୧୭ ତାରିଖ ମଧ୍ୟରେ ଛାମୁଆ ସଙ୍ଗଠନ ପକ୍ଷରୁ ପ୍ରତ୍ୟେକ ସ୍ଥାନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ତଥା ଜୀବନବିନ୍ଦୁ କାର୍ଯ୍ୟକ୍ରମ ଚାଲିବ। ଅନ୍ୟପକ୍ଷରେ ମାର୍ଚ୍ଚ ୮ ତାରିଖରେ ମହିଳା ଦିବସ ଅବସରରେ ଦଳର ମହିଳା ସଙ୍ଗଠନ ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରରେ ମହିଳା ସମାବେଶ ଆୟୋଜନ କରାଯାଇ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୦ଜଣ ସଫଳ ମହିଳାଙ୍କୁ ସମ୍ମାନିତ କରାଯିବ। ଏହାସହ କାର୍ଯ୍ୟକ୍ରମ ଶେଷ ହେବା ପରେ ସମସ୍ତେ ଏହାର ଫଟୋ ଏବଂ ଭିଡିଓ ପଠାଇବା ପାଇଁ ସମସ୍ତଙ୍କୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri