Posted inଖେଳ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର: ପ୍ରମୋଦ ଶ୍ରେଷ୍ଠ କ୍ରୀଡ଼ାବିତ୍‌

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ପାରା ଆଥଲେଟ୍‌ ପ୍ରମୋଦ ଭଗତ ୨୦୧୮ ମସିହା ପାଇଁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ପୁରସ୍କାର ପାଇଁ କମିଟି ବୈଠକ ବସି ଏହି ନିଷ୍ପତ୍ତି ନିଆ ଯାଇଛି। ମିଳିଥିବା ସୂଚନା ଅନୁସାରେ ୨୦୧୮ ବର୍ଷ ପାଇଁ ଲାଇଫ ଟାଇମ୍‌ ଆଚିଭ୍‌ଭେଣ୍ଟ ପୁରସ୍କାର କାହାରିକୁ ଦିଆଯିବ ନାହିଁ। ଏହି ପୁରସ୍କାର ପାଇଁ ଆବେଦନ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ କେହି ଯୋଗ୍ୟ ବିବେଚିତ ହୋଇ ନାହାନ୍ତି। ଶ୍ରେଷ୍ଠ କୋଚ୍‌ ପାଇଁ ୫-୬ ଜଣ ଆବେଦନ କରିଥିଲେ ମଧ୍ୟ କେହି ମାନଦଣ୍ଡ ପୁରଣ କରିପାରି ନାହାନ୍ତି। ତେଣୁ ଏହି ପୁରସ୍କାର ମଧ୍ୟ ଏଥର ଦିଆ ଯିବନାହିଁ। ବେଷ୍ଟ କଣ୍ଟ୍ରିବ୍ୟୁଶନ ଟୁ ପ୍ରମୋଶନ ସ୍ପୋଟର୍‌ସ ଆଣ୍ଡ ଗେମ୍ସ ପାଇଁ କିଟ୍‌କୁ ସମ୍ମାନିତ କରାଯିବ। ସେହିପରି ଏକ୍ସିଲେନ୍ସ ଇନ୍‌ ସ୍ପୋଟର୍‌ସ ଜର୍ନାଲିଜମ୍‌ ପୁରସ୍କାର ପାଇଁ ମଧ୍ୟ ଏଥର କେହି ଯୋଗ୍ୟ ବିବେଚିତ ହୋଇପାରି ନାହାନ୍ତି। ତେଣୁ ଏଥର ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର କେବଳ ୨ଟି ବିଭାଗରେ ସୀମିତ ରହିବା ନିଶ୍ଚିତ ହୋଇଛି। ପ୍ରକାଶ ଯୋଗ୍ୟ ଯେ ଗତ ୨ ବର୍ଷ ମଧ୍ୟରେ ପ୍ରମୋଦ ଭଗତ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରି ରାଜ୍ୟକୁ ଗର୍ବିତ କରିଛନ୍ତି। ଦେଶ ପାଇଁ ପାରା ଅଲିମ୍ପିକ୍ସ ପଦକ ଜିତବାର ଦକ୍ଷତା ମଧ୍ୟ ସେ ରଖିଛନ୍ତି। ରାଜ୍ୟରେ କ୍ରୀଡ଼ାବିତ୍‌ଙ୍କୁ ସମ୍ମାନ ଓ ସ୍ବୀକୃତି ଦେବା ଲକ୍ଷ୍ୟରେ ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୦୧ ମସିହାରୁ ପ୍ରଚଳିତ ହୋଇ ଆସୁଛି। ରାଜ୍ୟର ଶ୍ରେଷ୍ଠ କ୍ରୀଡ଼ା ପୁରସ୍କାରଭାବେ ଏହା ବିବେଚିତ ହେଉଥିବାବେଳେ ଏଥର ଏକାଧିକ ବିଭାଗ ପାଇଁ କେହି ଯୋଗ୍ୟ ବିବେଚିତ ନ ହେବା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?