ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି : ଛାତ୍ର, ଯୁବ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

ସୋନପୁର,୧୭।୪(ନି.ପ୍ର.): ପ୍ରବାଦ ପୁରୁଷ ତଥା ଜନନାୟକ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସୁବର୍ଣ୍ଣପୁର ଜିଲା ଛାତ୍ର ଓ ଯୁବ ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଲକ୍‌ଡାଉନ୍‌ ସମୟରେ ରକ୍ତ ଅଭାବ ଦୂର ପାଇଁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ଜିଲା ଔଷଧ ବ୍ୟବସାୟୀ ସଂଘ କାର୍ଯ୍ୟାଳୟରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରି ସ୍ବେଚ୍ଛାସେବୀମାନେ ରକ୍ତ ଦାନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଦିଲ୍ଳିପ କୁମାର ପଣ୍ଡାଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୨ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ଏସ୍‌ପି ଦେବୀପ୍ରସାଦ ଦାଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶିବିରର ଶୁଭାରମ୍ଭ କରିଥିଲେ। ପ୍ରାକ୍ତନ ନଗରପାଳ କଇରୁ ସ୍ବାଇଁ, ବ୍ଲଡ ବ୍ୟାଙ୍କ ଅଧିକାରୀ ଡାକ୍ତର ଦୁର୍ଗାଦତ୍ତ ଦାଶ, ସତ୍ୟନାରାୟଣ ଦରଓ୍ବାନ, ସୁବାସ ପଣ୍ଡା, ଗୋପାଳ ଚନ୍ଦ୍ର ବରେଇ, ଦୀନେଶ ମିଶ୍ର ଓ ଜିଲା ଛାତ୍ର ବିଜେଡି ସଭାପତି ଶାଶ୍ୱତ କୁମାର ମିଶ୍ର ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଅମୀୟ ରଞ୍ଜନ ଦାଶ, ଦେବାଶିଷ ପଟ୍ଟନାୟକ, ଅଭିଶେକ ଶର୍ମା, ଚନ୍ଦନ ବେହେରା, ଭାସ୍କର ଦାସ ସହଯୋଗ କରିଥିଲେ । ଜିଲା ରକ୍ତଭଣ୍ଡାରର ଟେକ୍‌ନିସିଆନ ଟିଟୁ ଭୋଇ, ଯୁଧିଷ୍ଠିର ନାଏକ ଓ ଜଗତ ନାରାୟଣ ଦରଓ୍ବାନ ରକ୍ତ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri