ପରିଶ୍ରମୀ ହେଲେ ସଫଳତା ମିଳିପାରିବ

ଭୁବନେଶ୍ୱର, ୫ା୭(ବ୍ୟୁରୋ)- ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ (ବିଜେଇଏମ୍‌) ସ୍କୁଲ୍‌ ପକ୍ଷରୁ ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଶୁକ୍ରବାର ଭଞ୍ଜକଳାମ ମଣ୍ଡପରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଆଇ.ସି.ଏ.ଆର୍‌ର ବୈଜ୍ଞାନିକ ଡ. ପି.ଏସ୍‌. ବ୍ରହ୍ମାନନ୍ଦ ମୁଖ୍ୟଅତିଥି ଭାବେ ଯୋଗଦେଇ ପିଲାମାନଙ୍କର ବୈଜ୍ଞାନିକ ମନୋବୃତ୍ତି, ଶୈକ୍ଷିକ ଚେତନା, ଅନ୍ତର୍ନିହିତ ଗୁଣର ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହ ଛାତ୍ରୀଛାତ୍ରମାନଙ୍କୁ ବିଭିନ୍ନ ଦିଗରେ ସଫଳ ହେବା ନିମନ୍ତେ ପଥପ୍ରଦର୍ଶନ ମୂଳକ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ରଘୁନାଥ ମିଶ୍ର ପିଲାମାନଙ୍କୁ ନୀତିନିଷ୍ଠ, ସମୟାନୁବର୍ତ୍ତୀ ତଥା ପରିଶ୍ରମୀ ହେଲେ ସଫଳତା ମିଳିପାରିବ ବୋଲି କହିଥିଲେ। କମିଟିର ମ୍ୟାନେଜର ପ୍ରତାପ କୁମାର ଜେନା ଓ ଆଡିଶନାଲ ମ୍ୟାନେଜର ଚିତ୍ତରଞ୍ଜନ ବୈରିଶାଲ ପିଲାମାନଙ୍କୁ ଶୃଙ୍ଖଳାର ସହ ପ୍ରଗାଢ଼ ପରିଶ୍ରମ କରିବା, ସମୟର ଉପଯୋଗ, ଶିକ୍ଷା ପ୍ରତି ଶ୍ରଦ୍ଧା ସହ ନୈତିକ ଓ ବୌଦ୍ଧିକ ଗୁଣର ବିକାଶ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟ ଉପାଧ୍ୟକ୍ଷ ପଲ୍ଲବୀ ମହାପାତ୍ର, ପର୍ଯ୍ୟବେକ୍ଷକ ଶିବାନୀ ପଟ୍ଟନାୟକ, ସୁଚରିତା ଦାସ, ବରିଷ୍ଠ ଶିକ୍ଷକ ନଳିନୀକାନ୍ତ ମହାନ୍ତି ପ୍ରମୁଖ ପିଲାମାନଙ୍କର ଚରିତ୍ର ପରିଶୋଧନ, ଆନୁସଙ୍ଗିକ ଗୁଣର ବିକାଶ ଓ ଶିକ୍ଷାର ବିଭିନ୍ନ ଦିଗ ପ୍ରତି ଆଲୋଚନା ପୂର୍ବକ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟ ଅଧ୍ୟକ୍ଷା ସନ୍ଧ୍ୟା ଜେନା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ୯୨ ଜଣ ଏବଂ ଦ୍ୱାଦଶ ବିଜ୍ଞାନର ୪୭, ବାଣିଜ୍ୟରେ ୯୦%ରୁ ଅଧିକ ନମ୍ବର ରଖିଥିବା ୪ ଜଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟ ପର୍ଯ୍ୟବେକ୍ଷକ ବରଦା ପ୍ରସାଦ ପାଇକରାୟ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri