ଢେଙ୍କାନାଳ ଅଫିସ, ୨୮।୮: ଢେଙ୍କାନାଳ ଜିଲା ଭାଜପାର ସଂଖ୍ୟାଲଘୁ ନେତା ତଥା ପୂର୍ବତନ ସଂଖ୍ୟାଲଘୁ ମଣ୍ଡଳ ସଭାପତି ଶେଖ୍ ଅବଦୁଲ ଅଖମଲ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଶାସନ ଏବଂ ବିଧାୟକ ସୁଧୀର କୁମାର ସାମଲଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ସେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର,
ଯୁବନେତା ଶ୍ରୀକାନ୍ତ କୁମାର ଧଳଙ୍କ ପ୍ରେରଣାରେ ଶେଖ ଅବ୍ଦୁଲ, ୧୩ନଂ. ୱାର୍ଡ କାଞ୍ଚନବଜାର ଅଞ୍ଚଳର ଶେଖ ସାହିଦ ଅଲ୍ଲୀ, ଶେଖ ୟୁସୁଫ୍, ପ୍ରଶାନ୍ତ ନାୟକ, ମହମ୍ମଦ ନୁରୁ, ମହମ୍ମଦ ପପୁ, ମହମ୍ମଦ ସଲିଲ, ବୁଢ଼ା ସେଠୀ, ପ୍ରତାପ ସେଠୀ, ବାପୁ ସ୍ବାଇଁ, ହିମାଂଶୁ ସ୍ବାଇଁ, ହେମନ୍ତ ସ୍ବାଇଁ ପ୍ରମୁଖ ୧୫ରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ବିଧାୟକଙ୍କ ବାସଭବନରେ ବିଜେଡିରେ ଯୋଗ ଦେଇଥିଲେ। ବିଧାୟକ ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।
କାର୍ଯ୍ୟକ୍ରମରେ ଜିଲା ବିଜେଡି କୃଷକ ସଙ୍ଗଠନ ସଭାପତି ନରୋତ୍ତମ ସାହୁ, ପୌରସଂସ୍ଥା ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ବିଧାୟକଙ୍କ ଗଁଦିଆ ପ୍ରତିନିଧି ନିରାକାର ରାଉତ, ବିଧାୟକଙ୍କ ପୌର ପ୍ରତିନିଧି ଅଜୟ କୁମାର ଭଞ୍ଜ, ନବକିଶୋର ସାମଲ, ଗଁଦିଆ ଯୁବ ବିଜେଡି ସଭାପତି ପ୍ରଦୀପ କୁମାର ରାଉତ, କାଉନ୍ସିଲର ଶୁଭଲକ୍ଷ୍ମୀ ସାହୁ, ଦୀପ୍ତିରଞ୍ଜନ ସେଠୀ, ସନ୍ଦୀପ ଷଡ଼ଙ୍ଗୀ, ଯୁବନେତା ଗଙ୍ଗାଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


