ବିଜେଡିରେ ମିଶିଲେ ଭାଜପା ସଂଖ୍ୟାଲଘୁ ନେତା

ଢେଙ୍କାନାଳ ଅଫିସ, ୨୮।୮:  ଢେଙ୍କାନାଳ ଜିଲା ଭାଜପାର ସଂଖ୍ୟାଲଘୁ ନେତା ତଥା ପୂର୍ବତନ ସଂଖ୍ୟାଲଘୁ ମଣ୍ଡଳ ସଭାପତି ଶେଖ୍‌ ଅବଦୁଲ ଅଖମଲ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଶାସନ ଏବଂ ବିଧାୟକ ସୁଧୀର କୁମାର ସାମଲଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ସେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର,
ଯୁବନେତା ଶ୍ରୀକାନ୍ତ କୁମାର ଧଳଙ୍କ ପ୍ରେରଣାରେ ଶେଖ ଅବ୍‌ଦୁଲ, ୧୩ନଂ. ୱାର୍ଡ କାଞ୍ଚନବଜାର ଅଞ୍ଚଳର ଶେଖ ସାହିଦ ଅଲ୍ଲୀ, ଶେଖ ୟୁସୁଫ୍‌, ପ୍ରଶାନ୍ତ ନାୟକ, ମହମ୍ମଦ ନୁରୁ, ମହମ୍ମଦ ପପୁ, ମହମ୍ମଦ ସଲିଲ, ବୁଢ଼ା ସେଠୀ, ପ୍ରତାପ ସେଠୀ, ବାପୁ ସ୍ବାଇଁ, ହିମାଂଶୁ ସ୍ବାଇଁ, ହେମନ୍ତ ସ୍ବାଇଁ ପ୍ରମୁଖ ୧୫ରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ବିଧାୟକଙ୍କ ବାସଭବନରେ ବିଜେଡିରେ ଯୋଗ ଦେଇଥିଲେ। ବିଧାୟକ ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।
କାର୍ଯ୍ୟକ୍ରମରେ ଜିଲା ବିଜେଡି କୃଷକ ସଙ୍ଗଠନ ସଭାପତି ନରୋତ୍ତମ ସାହୁ, ପୌରସଂସ୍ଥା ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ବିଧାୟକଙ୍କ ଗଁଦିଆ ପ୍ରତିନିଧି ନିରାକାର ରାଉତ, ବିଧାୟକଙ୍କ ପୌର ପ୍ରତିନିଧି ଅଜୟ କୁମାର ଭଞ୍ଜ, ନବକିଶୋର ସାମଲ, ଗଁଦିଆ ଯୁବ ବିଜେଡି ସଭାପତି ପ୍ରଦୀପ କୁମାର ରାଉତ, କାଉନ୍‌ସିଲର ଶୁଭଲକ୍ଷ୍ମୀ ସାହୁ, ଦୀପ୍ତିରଞ୍ଜନ ସେଠୀ, ସନ୍ଦୀପ ଷଡ଼ଙ୍ଗୀ, ଯୁବନେତା ଗଙ୍ଗାଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri