ବିଜେଡିରେ ଯୋଗଦେଲେ ଭି. ରବିନାରାୟଣ ରାଜୁ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୨ଥର ଅଧ୍ୟକ୍ଷ ହୋଇଥିବା କଂଗ୍ରେସର ଭି. ରବିନାରାୟଣ ରାଜୁ ଏବଂ ତାଙ୍କ ଶତାଧିକ ସମର୍ଥକ ମଙ୍ଗଳବାର ବିଜେଡିରେ ଯୋଗଦେଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନବୀନ ନିବାସରେ ହୋଇଥିବା ମିଶ୍ରଣ ପର୍ବରେ ରାଜୁ ଏବଂ ତାଙ୍କ ସମର୍ଥକ ବିଜେଡିରେ ସାମିଲ ହୋଇଥିଲେ। ରବି ନାରାୟଣଙ୍କ ଯୋଗଦାନ ସ୍ଥାନୀୟ ଅଞ୍ଚଳ ତଥା ଗଞ୍ଜାମ ଜିଲାରେ ଦଳର ଶକ୍ତି ବୃଦ୍ଧି କରିବ ବୋଲି ବିଜେଡି ସଭାପତି ମତ ରଖିଛନ୍ତି। ଭି.ଆର ରାଜୁଙ୍କ ସମେତ ଗଞ୍ଜାମ ଜିଲା ଯୁବ କଂଗ୍ରେସ ସମ୍ପାଦକ ତିରୁପତି ପାତ୍ର, ପୂର୍ବତନ କାଉନ୍‌ସିଲର ନୀର ସେଠୀ, ଶିବ ପ୍ରଧାନ, ସଦାନନ୍ଦ ଦୋରା, ରମେଶ କୁଣ୍ଡୁ, ସଦାନନ୍ଦ ସାହୁ, ରବି ଚାନ୍ଦ ପ୍ରମୁଖ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁ, ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ବିଜେଡି ନେତା ମାଗି ସେଠୀ, ଶିବ ଶଙ୍କର ଗୌଡ଼, କାହ୍ନୁ ପଟ୍ଟନାୟକ, ପ୍ରଦୀପ୍ତ କୁମାର ପଟ୍ଟନାୟକ ଏବଂ ଦୀନବନ୍ଧୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri