ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.)
ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର ନୂଆପଡା ଜିଲା ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ରାଣୀମୁଣ୍ଡାଠାରୁ ଏକତ୍ରିତ ହୋଇ ବିଭିନ୍ନ ଗାଁ ପରିକ୍ରମା କରିଥିଲେ। ରାଣୀମୁଣ୍ଡା ଗ୍ରାମଠାରେ ଏକ ସଭା କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଦିଗରେ ଲୋକଙ୍କୁ ସଚେତନ କରିବା ସହ ସରକାରୀ ଯୋଜନା ଉପରେ ବୁଝାଇଥିଲେ। ରାଣୀମୁଣ୍ଡା ଦେଇ ମାଣ୍ଡିଆରୁଚା, ହୀରାପୁର ଗ୍ରାମଦେଇ ଟିମନପୁରଠାରେ ପହଞ୍ଚତ୍ଥିଲେ। ସେଠାରେ ମଧ୍ୟ ଏକ ବିରାଟ ଜନସଭା କରାଯାଇ ଲୋକମାନଙ୍କୁ ବିଜେଡିରେ ସାମିଲ ହେବା ସହ ନାମ ପଞ୍ଜୀକରଣ କରିବା ପାଇଁ ଆହ୍ବାନ କରିଥିଲେ। ସିନାପାଲି ବ୍ଲକ ସର୍ବମୋଟ ୨୭ଟି ଗ୍ରାମପଞ୍ଚାୟତର ୩ଟି ଜିଲା ପରିଷଦ ଯୋନକୁ ଏହି ପଦଯାତ୍ରା କରାଯିବ ବୋଲି ଜଣାପଡିଛି। ଏହି ପଦଯାତ୍ରାରେ ଜିଲା ବିଜେଡି ସାଧାରଣ ସମ୍ପାଦକ ନିଆଲଙ୍କ ନେତୃତ୍ୱରେ ଜିଲା ପରିଷଦ ସଦସ୍ୟ ଦୋଲକାନ୍ତ ମାଝି, ଜିଲା ଯୋଜନା ବୋର୍ଡ ସଦସ୍ୟ ରମେଶ ତିୱାରି, ଦଇତାରି ମେହେର, ଦିବ୍ୟ ମାଝି, ନଲିନି ବାଗ, ଗୌରି ବାଗ, ରାଣୀମୁଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଦେବବ୍ରତ ସୁପକାର, ଖଡିଆଳ ଏନଏସି ମହିଳା ମୋର୍ଚ୍ଚା ସଭାନେତ୍ରୀ ମମତା ଥପ୍ପା, ଜିଲା ବିଜେଡି ମହିଳା ମୋର୍ଚ୍ଚା ସଭାନେତ୍ରୀ ସରସ୍ବତୀ ବାଗଙ୍କ ସମେତ ଶତାଧିକ କର୍ମୀ ଏହି ପଦଯାତ୍ରାରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri