ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଦଳୀୟ କର୍ମୀଙ୍କଠାରୁ ଆରମ୍ଭକରି ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ ଉଭୟ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିବାବେଳେ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଏବଂ ଆନନ୍ଦପୁରର ବିଧାୟକ ଭାଗୀରଥି ସେଠୀଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ଅନ୍ୟପକ୍ଷରେ ବିଜୟୀ ବିଧାୟକଙ୍କ ସମର୍ଥକମାନେ ବିଜୟ ଉତ୍ସବ ମଧ୍ୟ ପାଳନ କରିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ସର୍ବାଧିକ ୧୧୨ ଆସନ ଅଳଙ୍କୃତ କରି ସରକାର ଗଠନ କରିବାକୁ ଯାଉଥିବା ବେଳେ ଆନନ୍ଦପୁର ଓ ଘସିପୁରା ବିଧାନସଭା ଆସନରେ ବିଜେଡି ବିଧାୟକ ବିଜୟୀ ହୋଇଛନ୍ତି। ଘସିପୁରା-୨୧ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ୩୨,୬୮୮ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତକରି ବିଜୟୀ ହୋଇଛନ୍ତି। ସେହିଭଳି ଆନନ୍ଦପୁରର ବିଜେଡି ପ୍ରାର୍ଥୀ ଭାଗୀରଥି ସେଠୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଜୟଦେବ ଯେନାଙ୍କୁ ୪୪,୧୯୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତକରି ବିଜୟୀ ହୋଇଛନ୍ତି। ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ବିଧାୟକ ଭାବେ ଭାଗୀରଥି ସେଠୀ ପୂର୍ବ ନିର୍ବାଚନ ତୁଳନାରେ ଚଳିତ ଥର କଂଗ୍ରେସଠାରୁ ସର୍ବାଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri