ବିଜେଡି ଦଖଲରେ ବ୍ରହ୍ମପୁର ଲୋକ ସଭା: ବାଜିମାରିଲେ ଚନ୍ଦ୍ରଶେଖର ସାହୁ

ବ୍ରହ୍ମପୁର ଅଫିସ,୨୪ା୫: ବ୍ରହ୍ମପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଛନ୍ତି ବିଜେଡିର ଚନ୍ଦ୍ରଶେଖର ସାହୁ । ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ୧ଲକ୍ଷ ୪୨ହଜାର ୬୩୨ ଖଣ୍ଡ ଭୋଟରେ ତୃତୀୟ ସ୍ଥାନରେ ରହିଛନ୍ତି କଂଗ୍ରେସ ପ୍ରାର୍ଥୀ ଭି.ଚନ୍ଦ୍ରଶେଖର ନାଇଡୁ। ବହୁଜନ ସମାଜ ପାର୍ଟିର ତିରୁପତି ରାଓ କର୍ନ୍ନମ ୮,୨୯୦ ଖଣ୍ଡ ଭୋଟ ପାଇଥିବା ବେଳେ ପ୍ରଗତି ଦଳର ଶ୍ରୀହରି ପଟ୍ଟନାୟକ ୮, ୩୦୪, ଏସ୍‌ୟୁସିଆଇ(କମ୍ୟୁନିଷ୍ଟ)ର ସୋମନାଥ ବେହେରା ୮, ୨୯୬, ସ୍ବାଧୀନ ପ୍ରାର୍ଥୀ ଚକ୍ରଧର ସାହୁ ୭, ୦୮୧ ଏବଂ କେ. ଶ୍ୟାମ ବାବୁ ସୁବୁଦ୍ଧି ୮,୦୮୪ ଖଣ୍ଡ ଭୋଟ ପାଇଛନ୍ତି। ନୋଟାରେ ୧୪, ୩୮୧ ଖଣ୍ଡ ଭୋଟ ପଡ଼ିଛି।
ଏହି ବିଜୟ ସହ ଚନ୍ଦ୍ରଶେଖର ଦ୍ୱିତୀୟ ଥର ପାଇଁ ବ୍ରହ୍ମପୁରର ଏମ୍‌ପି ଭାବେ ନିର୍ବାଚିତ ହୋଇଛନ୍ତି । ସେ ୨୦୦୪ରେ ପ୍ରଥମ ଥର ପାଇଁ କଂଗ୍ରେସରୁ ଲଢ଼ି ଏମ୍‌ପି ହୋଇଥିଲେ । କେନ୍ଦ୍ରର ଉପା ସରକାରରେ ମନ୍ତ୍ରୀ ମଧ୍ୟ ହୋଇଥିଲେ । ହେଲେ ୨୦୦୯ ଏବଂ ୨୦୧୪ ମସିହାରେ କଂଗ୍ରେସ ଟିକେଟରୁ ଲଢ଼ି ବିଜେଡି ସିଦ୍ଧାନ୍ତ ମହାପାତ୍ରାଙ୍କଠାରୁ ପରାସ୍ତ ହୋଇଥିଲେ। ୨୦୧୮ ଏପ୍ରିଲ ୪ ତାରିଖରେ ଚନ୍ଦ୍ରଶେଖର କଂଗ୍ରେସରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଥିଲେ । ଚଳିତ ଥର ଦଳ ତାଙ୍କୁ ବ୍ରହ୍ମପୁର ଲୋକ ସଭା ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri