ବିଜେଡି ନେତା ଅନୁପ ସାଏ ଗିରଫ ହେବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପୂର୍ବରୁ ଅଭିଯୋଗ କରିବା ସତ୍ତ୍ୱେ ବିଜେଡି ଶୁଣି ନ ଥିଲା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଅଟକ ରଖିଛି। ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ ତାଙ୍କୁ ଉଠାଇନେଇଛି। ଘଟଣା ପ୍ରଘଟ ହେବା ପରେ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରତିକ୍ରିୟା ରଖି କହିଛନ୍ତି, ଅନୁପଙ୍କ ବିରୋଧରେ ପୂର୍ବରୁ ବି ଆମେ ଅଭିଯୋଗ କରିଥିଲୁ। ହତ୍ୟା ଭଳି ସଙ୍ଗୀନ୍‌ ଅଭିଯୋଗ ସତ୍ତ୍ୱେ ବିଜେଡି କିନ୍ତୁ ଆଦୌ ଶୁଣୁ ନ ଥିଲା। ଛତିଶଗଡ଼ ପୋଲିସ ହାତରେ ଗିରଫ ହେବା ପରେ ବିଜେଡିର ଅସଲ ମୁଖା ଖୋଲିଛି। ଏବେ ଅନୁପଙ୍କୁ ଦଳରୁ ଓ ପଦବୀରୁ କେବେ ବହିଷ୍କାର କରାଯିବ ତାକୁ ଅପେକ୍ଷା ରହିଥିବା ସେ କହିଛନ୍ତି।

ପ୍ରକାଶ ଯେ, ଅନୁପ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ତିନି ଥର କଂଗ୍ରେସ ଟିକେଟରୁ ବିଧାୟକ ରହିଥିଲେ। ପରେ ୨୦୧୪ରେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗଦେଇଥିଲେ। ସେ ଏବେ ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ଅଛନ୍ତି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼ ଜିଲା ଚକ୍ରଧରନଗର ଥାନାରେ ରଖି ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri