ବିଜେଡି ନେତା ରାଜା ଚକ୍ରଙ୍କ ୩ ଠିକଣାରେ ରେଡ୍‌

ଭୁବନେଶ୍ୱର,୧୧।୩: ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ଘଟଣାରେ ବିଜେଡି ନେତା ରାଜା ଚକ୍ର କ୍ରାଇମବ୍ରାଞ୍ଚ ସ୍କାନରେ ପଡିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜା ଚକ୍ରଙ୍କ ୩ଟି ଠିକଣାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW) ଏବଂ ଏସ୍‌ଟିଏଫ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି।

ଏହି ଚଢାଉ ବଣାଇ, ଗୋପାଳପୁର ବନ୍ଦର ଏବଂ କେନ୍ଦୁଝର ଟାଉନରେ ହୋଇଛି। ଅନ୍ୟପକ୍ଷେ ଅନ୍ତରୀଣ ସୁରକ୍ଷାରେ ଥିବା ରାଜାଙ୍କ ଆଜି ହାଇକୋର୍ଟରେ ଶୁଣାଣି ରହିଛି। ରାଜାଙ୍କ ଅନ୍ତରୀଣ ସୁରକ୍ଷା ହଟାଇବାକୁ EOW ପ୍ରମାଣପତ୍ର ଦାଖଲ କରିବ।

ସୂଚନା ଯୋଗ୍ୟ, ଏହି ମାମଲାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW) ଏବଂ ଏସ୍‌ଟିଏଫ୍‌ ଗତ ମଙ୍ଗଳବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଚଢ଼ାଉ କରିଥିଲା। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ ପଏଣ୍ଟରେ ରେଡ୍‌ କରାଯାଇଥିଲା। ସେତିକିବେଳେ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଟଙ୍କା ହେର୍‌ଫେର୍‌ ମାମଲାରେ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ ଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ର଼୍ୟାକେଟରେ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?