ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ସୋମବାର ସକାଳେ ଓଡ଼ିଶା କ୍ରାଇମବ୍ରାଞ୍ଚର ଟ୍ବିଟର ସାଇଟ୍‌ରେ ସୂଚନା ଦିଆଯାଇଛି। ଆଇଜିପି ରେଖା ଲୋହାନୀଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି।
ସୂଚନାଯୋଗ୍ୟ, ଏକ ଗଣ୍ଡଗୋଳ ଘଟଣାରେ ମିନାକ୍ଷୀଙ୍କ ପୁଅ ରାଜା ଅଭିଯୁକ୍ତ ଥିଲେ। ବ୍ରହ୍ମପୁରର ବୈଦ୍ୟନାଥପୁର ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାକୁ ନେଇ ମିନାକ୍ଷୀ ନ୍ୟାୟ ପାଇଁ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ହଠାତ ୧୨ ତାରିଖରେ ବ୍ରହ୍ମପୁର ଏସ୍‌ପିଙ୍କ ପାଖକୁ ଯାଇ କାର୍ଯ୍ୟାଳୟ ପରିସରରେ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ।