ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଘଟଣା:ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୨୫ା୨: ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଘଟଣା ସୋମବାର ନୂଆ ମୋଡ଼ ନେଇଛି। ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ମୀନାକ୍ଷୀ ଆତ୍ମାହୁତି ଦେଇଥିବା ଯୋଗୁ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅଭୟ। ଏହି ମାମଲାର ତଦନ୍ତ ଦାୟିତ୍ୱ ସୋମବାର ଆଇଜିପି(ଆଧୁନିକୀକରଣ) ରେଖା ଲୋହାନୀଙ୍କୁ ପ୍ରଦାନ କରାଯାଇଥିବା ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଏକ ଆପରାଧିକ ମାମଲାରେ ମୀନାକ୍ଷୀଙ୍କ ପୁଅ ରାଜାଙ୍କୁ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ପୋଲିସ ଜାନୁୟାରୀ ୨୮ତାରିଖରେ ଗିରଫ କରିଥିଲା। ତେବେ ରାଜା ନିର୍ଦ୍ଦୋଷ ଏବଂ ତାଙ୍କୁ ଫସାଇ ଦିଆଯାଇଥିବା ମୀନାକ୍ଷୀ କହି ଆସୁଥିଲେ। ଯଦି ତାଙ୍କ ପୁଅଙ୍କୁ ତୁରନ୍ତ ଖଲାସ କରା ନ ଯାଏ, ତେବେ ସେ ଆତ୍ମହତ୍ୟା କରିବେ ବୋଲି ଗତ ୧୦ତାରିଖରେ ବ୍ରହ୍ମପୁରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଚେତାବନୀ ଦେଇଥିଲେ। ତଥାପି ପୋଲିସ ଘଟଣାକୁ ଅତ୍ୟନ୍ତ ହାଲୁକା ଭାବେ ନେଇଥିଲା। ଫେବୃୟାରୀ ୧୨ତାରିଖ ପୂର୍ବାହ୍ନରେ ମୀନାକ୍ଷୀ ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏସ୍‌ପି ବ୍ୟସ୍ତ ଥିବା ଯୋଗୁ ଜଣେ ଏଏସ୍‌ପିଙ୍କୁ ସାକ୍ଷାତ୍‌ କରିବାକୁ କହିଥିଲେ। ମୀନାକ୍ଷୀ ଏଏସ୍‌ପିଙ୍କ ଚାମ୍ବରରୁ ବାହାରି ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ହିଁ ନିଜ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁରର ଏମ୍‌କେସିଜି ଏବଂ ପରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ସେଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୨୦ତାରିଖ ସକାଳେ ମୀନାକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ତେବେ ଶାସକ ଦଳର ଜଣେ ନେତ୍ରୀ ନ୍ୟାୟ ନ ପାଇ ଆତ୍ମାହୁତି ଦେଇଥିବା ଯୋଗୁ ବିରୋଧୀ ଦଳଗୁଡ଼ିକ କଡ଼ା ସମାଲୋଚନା କରିଥିଲେ।
ତେବେ ଡିଜିପି ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବା ପରେ ନାନା କଳ୍ପନାଜଳ୍ପନା ଦେଖାଦେଇଛି। ଏଏସ୍‌ପିଙ୍କ ଚାମ୍ବରରୁ ବାହାରି ମୀନାକ୍ଷୀ ହଠାତ୍‌ ଆତ୍ମାହୁତି ଦେଇଥିଲେ। ଏଣୁ ଏଏସ୍‌ପିଙ୍କ ସହ ସେ କ’ଣ ଆଲୋଚନା କରିଥିଲେ, ଖବରଦାତା ସମ୍ମିଳନୀରେ ମୀନାକ୍ଷୀ ଆତ୍ମାହୁତି ଚେତାବନୀ ଦେବା ସତ୍ତ୍ୱେ ପୋଲିସ ତାହାକୁ କାହିଁକି ଗୁରୁତର ସହ ନେଇ ନ ଥିଲା, ଏଭଳି ଅନେକ ଦିଗକୁ ନେଇ ଏହି ତଦନ୍ତ ଚାଲିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri