ବିଜେଡି ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ: ‘ଘରେ ନ ବସି ଲୋକଙ୍କ ପାଖକୁ ଯାଅ’

ଢେଙ୍କାନାଳ ଅଫିସ, ୪।୯-ଦୀର୍ଘଦିନ ଧରି ଢେଙ୍କାନାଳ ଜିଲା ବିଜେଡିର ଗଡ଼ ଭାବେ ରହି ଆସିଛି। ଦଳକୁ ଅଧିକ ସୁଦୃଢ଼ କରିବାକୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ଜିଲାକୁ ୧ ନମ୍ବର କରିବାକୁ ହେଲେ କର୍ମୀଙ୍କୁ ପରିଶ୍ରମ କରିବାକୁ ପଡ଼ିବ। ଘରେ ବସି ସଭ୍ୟ ସଂଗ୍ରହ ନ କରି ଲୋକଙ୍କୁ ପାଖକୁ ଗଲେ ଜନସମ୍ପର୍କ ବଢ଼ିବା ସହ ଦଳ ଉପକୃତ ହେବ ବୋଲି କହିଛନ୍ତି ଜିଲା ବିଜେଡି ସଭାପତି ତଥା ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ ହଲ୍‌ରେ ମଙ୍ଗଳବାର ପୂର୍ବାହ୍ନରେ ଆୟୋଜିତ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ ସେ ନେତୃବୃନ୍ଦଙ୍କୁ ଏପରି ପରାମର୍ଶ ଦେଇଥିଲେ। ଦଳର ସଭାପତି ନବୀନ ପଟ୍ଟନାୟକ ଏବଂ ଦଳପ୍ରତି ଜନସାଧାରଣଙ୍କ ଯେଉଁ ବିଶ୍ୱାସ ରହିଛି, ଆମେ ସମସ୍ତେ ଏହାକୁ ବଜାୟ ରଖିବା ବୋଲି ମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ରାଜ୍ୟ ବିଜେଡି ଉପସଭାପତି ବିଧାୟକ ଦେବୀ ପ୍ରସାଦ ମିଶ୍ର କହିଲେ, ବିଜେଡି କେବଳ ରାଜନୈତିକ ଦଳରେ ସୀମିତ ନୁହେଁ। ଦଳର ସାମାଜିକ ପ୍ରତିବଦ୍ଧତା ମଧ୍ୟ ରହିଛି। ସଭ୍ୟ ସଂଗ୍ରହ ଅଭିଯାନ ମାଧ୍ୟମରେ ଅଧିକରୁ ଅଧିକ ମହିଳା ଏବଂ ଯୁବକଙ୍କୁ ସାମିଲ କରିବା ଆଜିର ଆହ୍ବାନ। ଏଥିଲାଗି ଚଳିତ ୨ରୁ ଅକ୍ଟୋବର ୩୧ ଯାଏ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଥିବା ସେ ସୂଚନା ଦେଇଥିଲେ। ଏମ୍‌ପି ମହେଶ ସାହୁ, ବିଧାୟକ ଡା. ନୃସିଂହ ଚରଣ ସାହୁ, ବିଧାୟିକା ସୀମାରାଣୀ ନାୟକ, ଜିଲା ପର୍ଯ୍ୟବେକ୍ଷକ ତଥା ରାଜ୍ୟ ଯୁବକଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବାକୁ ଉପସ୍ଥିତ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି।
ସଭ୍ୟ ସଂଗ୍ରହ ଅଭିଯାନକୁ ତ୍ୱରାନ୍ବିତ କରିବାକୁ ଯୋଜନା କରାଯାଇଛି। ଏଥିଲାଗି ପଞ୍ଚାୟତର ପ୍ରତି ଓ୍ବାର୍ଡରେ ୪ଜଣ, ଏନ୍‌ଏସିରେ ୫ଜଣ ଏବଂ ପୌରାଞ୍ଚଳରେ ୧୫ଜଣ ନିୟୋଜିତ ହୋଇଛନ୍ତି। ଏହି କାର୍ଯ୍ୟକୁ ଅଧିକ ସହଜ କରିବାକୁ ଅନ୍‌ଲାଇନ ସୁବିଧା ମଧ୍ୟ ଉପଲବ୍ଧ ବୋଲି ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri