ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬ା୧୨: ବିଜେଡି ମୁଖ୍ୟକାର୍ଯ୍ୟାଳୟ ଶଙ୍ଖ ଭବନ ଭିତରେ ଦୁଇ ମହିଳା କର୍ମୀ ହାତାହାତି ହୋଇଛନ୍ତି। ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ନିଜ ଦଳର ଜଣେ ମହିଳା କର୍ମୀ ଚାପୁଡ଼ା ମାରିଥିବା ଜଣାପଡ଼ିଛି। ଗୁରୁବାର ବିଜେଡି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ବେଳେ ଏଭଳି ଘଟଣା ଦେଖିବାକୁ ମିଳିଛି। ଷ୍ଟେଜ୍‌ ସମ୍ମୁଖରେ ଚେୟାର ପକାଇବାକୁ ନେଇ ଏହି ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ ଈପ୍ସିତା ଷ୍ଟେଜ୍‌ ସମ୍ମୁଖରେ କିଛି ଚେୟାର ପକାଉଥିଲେ । ଏହାକୁ ନେଇ କେତେକ ଜଣ ମହିଳା କର୍ମୀ ଆପତ୍ତି କରିଥିଲେ । ପରିସ୍ଥିତି ଏମିତି ହେଇଥିଲା ଯେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ହାତାହାତି ଯାଏ କଥା ପହଞ୍ଚିଥିଲା । ଈପ୍ସିତାଙ୍କୁ ଚାପୁଡ଼ା ମାରିଥିବା ମହିଳା ଜଣକ ପୁରୀ ଜିଲାର ହୋଇଥିବା ସୂଚନା ମିଳିଛି । ଘଟଣାକୁ ନେଇ ଈପ୍ସିତା କିମ୍ବା ସମ୍ପୃକ୍ତ ମହିଳା କର୍ମୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ । ତେବେ ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝି କହିଛନ୍ତି, ବ୍ୟକ୍ତିଗତ ସମସ୍ୟାକୁ ନେଇ କ’ଣ ହୋଇଥାଇପାରେ ।

ତେବେ ଏହି ଘଟଣା ପୁଣି ବିଜେଡି ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି। ନବୀନ ସଙ୍ଗଠନକୁ ସୁଦୃଢ଼ କରିବାକୁ ଉଦ୍ୟମ କରୁଥିବା ବେଳେ କର୍ମୀଙ୍କ ଏଭଳି ଆଚରଣ ବିଜେଡିକୁ ତଳକୁତଳକୁ ନେଉଥିବା ଚର୍ଚ୍ଚା ହେଉଛି।

ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ। ହେଲେ ପରିଶ୍ରମ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ୫ ଥର ନିର୍ବାଚନ ଜିତି ଆପଣମାନଙ୍କ ସେବା କରିବାକୁ ସୁଯୋଗ ପାଇଛି।

ସମସ୍ତଙ୍କ ମନରେ ପ୍ରଶ୍ନ ଥିବ ବିଜେଡି କାହିଁକି ହାରିଲା? ଏହି ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି। ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ । ଭାଜପା ମିଛ ପ୍ରତିଶ୍ରୁତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ କ୍ଷମତାକୁ ଆସିଛି। ଏତେ ମିଛ କହି ମଧ୍ୟ ଭାଜପା ଆମଠୁ କମ ଭୋଟ ପାଇଛି । ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି, ଏମିତି କହି ଭାଜପା ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ।

ସେ ଆହୁରି କହିଛନ୍ତି, ଆମର ଭୁଲ ହେଲା, ଭାଜପା ମିଛକୁ ଆମେ ଠିକ ଭାବେ କାଉଣ୍ଟର କରିପାରିଲୁ ନାହିଁ । ଆଜି ଲୋକେ ଜାଣିଲେଣି ଭାଜପା ମିଛ କଥା କହି କ୍ଷମତା ଦଖଲ କରିଛି । ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ତାହା ହେଉଛି ଦରଦାମ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପନିପରିବା ସବୁଥିରେ ଦର ବୃଦ୍ଧି ଘଟିଛି। ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମା’ ମାନେ ଦୁଃଖରେ ଅଛନ୍ତି । କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri