ବିଜେଡି ବିଧାୟକ ଦଳ ବୈଠକରେ ବଦଳିଲା ସ୍ବର : ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ସମୟ ବଦଳିବା ସହ ରାଜନୀତିରେ ସ୍ବର ବଦଳିଥାଏ। ବଦଳୁଥିବା ସ୍ବର ନୂଆ ରଣନୀତିର ରୂପ ନିଏ। ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟ ରାଜନୀତିରେ ସେପରି କିଛି ଘଟିଛି। କେନ୍ଦ୍ର ଅବହେଳାକୁ ନେଇ ଗଳା ଫଟାଇ ଚିତ୍କାର କରୁଥିବା ବିଜେଡି ନରମି ଯାଇଛି। ପ୍ରତ୍ୟେକ ବିଧାନସଭା ଅଧିବେଶନ ପୂର୍ବରୁ କେନ୍ଦ୍ର ବିରୋଧରେ ରାଜ୍ୟର ସ୍ବରକୁ ଶାଣିତ କରାଯିବ ବୋଲି କହୁଥିବା ବିଜେଡି ୫ମ ପାଳି ସରକାର ଗଠନ ପରେ ବଦଳିଯାଇଛି। ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ। ରାଜ୍ୟର ସ୍ବାର୍ଥ ପାଇଁ କେନ୍ଦ୍ରକୁ ସମସ୍ତ ପ୍ରକାର ସହଯୋଗ ଓ ଆଲୋଚନା ଲାଗି ପ୍ରସ୍ତୁତ ଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି। ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି କଥା କହିଛନ୍ତି।
ନବୀନ କହିଛନ୍ତି ଯେ, ଆସନ୍ତା ଅଧିବେଶନରେ ବିଜେଡିର ପ୍ରତ୍ୟେକ ବିଧାୟକ ସକାରାତ୍ମକ ଭାବେ ଗୃହକାର୍ଯ୍ୟରେ ଅଂଶଗ୍ରହଣ କରିବେ। ନିର୍ବାଚନ ସମୟରେ ଦଳ ପକ୍ଷରୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରାଯିବ। ଇସ୍ତାହାରରେ ଉପସ୍ଥାପନ କରାଯାଇଥିବା ବିଷୟକୁ କାର୍ଯ୍ୟକାରୀ କରାଯିବ। ରାଜ୍ୟ ସ୍ବାର୍ଥ ସମ୍ବନ୍ଧିତ ଯେକୌଣସି ପ୍ରସଙ୍ଗରେ ସରକାର କେନ୍ଦ୍ର ସହ ଆଲୋଚନା କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ଦୁଇଟି ପର୍ଯ୍ୟାୟରେ ଅଧିବେଶନକୁ ଭାଗ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବଜେଟ ଉପସ୍ଥାପନ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ବଜେଟ ଆଲୋଚନା ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଆଗତ କରାଯିବ। ଲୋକଙ୍କ ପାଇଁ କାର୍ଯ୍ୟ କରିବା ଜନପ୍ରତିନିଧିଙ୍କ କାମ। ବିରୋଧୀଙ୍କୁ ବିଶ୍ୱାସଭାଜନ କରାଯାଇ ଗୃହକାର୍ଯ୍ୟ ପରିଚାଳନା କରାଯିବ ବୋଲି ଆରୁଖ କହିଛନ୍ତି।
ସା ୫ଟା ୩୦ରେ ହୋଇଥିବା ବୈଠକରେ ପ୍ରାୟ ୯୬ ଜଣ ବିଜେଡି ବିଧାୟକ ଉପସ୍ଥିତ ଥିଲେ। ନିର୍ଦ୍ଧାରିତ ସମୟର ସାମାନ୍ୟ ବିଳମ୍ବରେ ମୁଖ୍ୟମନ୍ତ୍ରୀ ବୈଠକରେ ପହଞ୍ଚି ଅଧ୍ୟକ୍ଷତା କରିଥିଲେ। ନବନିର୍ବାଚିତ ବିଧାୟକଙ୍କୁ ସ୍ବାଗତ କରିବା ସହ ଗୃହ କାର୍ଯ୍ୟରେ ସମସ୍ତଙ୍କୁ ସହଯୋଗ କରିବା ପାଇଁ କହିଥିଲେ। ବିଧାନସଭାରେ ଉପଯୁକ୍ତ ସମନ୍ବୟ ନେଇ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଉପ-ମୁଖ୍ୟ ସଚେତକ ପ୍ରଣବ ବଳବନ୍ତରାୟ କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା। ଓଡ଼ିଶାର ଜନସାଧାରଣ ଲଗାତର ପଞ୍ଚମଥର ପାଇଁ ବିଜେଡିକୁ ବିଜୟୀ କରିଛନ୍ତି। ତେଣୁ ଲୋକଙ୍କ ବିଶ୍ୱାସକୁ ବଜାୟ ରଖିବା ଉପରେ ନବୀନ ଗୁରୁତ୍ୱ ଦେଇଛନ୍ତି।
ସଂଖ୍ୟା ନ ଥାଇ ଭାଜପା ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସହଯୋଗରେ ରାଜ୍ୟ ସଭାକୁ ପଠାଇବାକୁ ଯାଉଛି। ତେଣୁ ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ ସମୟରେ ପରସ୍ପର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ସାଜିଥିବା ବିଜେଡି-ଭାଜପା ପରବର୍ତ୍ତୀ ସମୟରେ ଉଭୟଙ୍କର ଆବଶ୍ୟକତା ପାଲଟିଥିବା ଆଲୋଚନା ହେଉଛି। ସେହିପରି ଅଶ୍ୱିନୀଙ୍କ ପ୍ରାର୍ଥତ୍ତ୍ୱ ଓ ବିଜେଡିର ସହଯୋଗ ନେଇ ବିଜେଡିର ଅନେକ ନେତାଙ୍କୁ ଗଣମାଧ୍ୟମର ପ୍ରତିନିଧିମାନେ ପ୍ରଶ୍ନ କରୁଥିବାର ଦେଖାଯାଉଥିଲା। ହେଲେ ମୁରୁକିହସା ମାରି ବିଜେଡି ନେତାମାନେ କଥାକୁ ଏଡାଇ ଯାଉଥିବାର ଲକ୍ଷ୍ୟ କରାଯାଇଥିଲା। ଆସନ୍ତା ୨୫ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ହେଲେ ବିଜେଡି-ଭାଜପା ମଧ୍ୟରେ ସଦ୍ୟ ରାଜନୈତିକ ବୁଝାମଣା ପରେ ଗୃହ ଭିତରେ କିପରି ସ୍ଥିତି ରହିବ, ତାହା ଉପରେ ସମସ୍ତଙ୍କ ନଜର ରହିଛି।
ସୂଚନାଥାଉ କି, ମୌସୁମୀ ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ଗଣେଶୀ ଲାଲ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ୨୬ ତାରିଖରେ ରାଜ୍ୟପାଳଙ୍କ ଉଦ୍‌ବୋଧନ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ କରାଯିବ। ସେହିଦିନ ଉପବାଚସ୍ପତି ନିର୍ବାଚନ ନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ୨୭ରେ ଆବଶ୍ୟକ ପଡ଼ିଲେ ନିର୍ବାଚନ ହେବ। ୨୮ ତାରିଖରେ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରାଯିବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୨ ଯାଏ ଚାଲିବ। ଏହା ପରେ ପୁନର୍ବାର ଜୁଲାଇ ୧୨ରୁ ବୈଠକ ଆରମ୍ଭ ହୋଇ ଅଗଷ୍ଟ ୮ ଯାଏ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri