ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆସନ୍ତା ଅଧିବେଶନର ବିଜେଡିର ପ୍ରତ୍ୟେକ ବିଧାୟକ ସକରାତ୍ମକଭାବେ ଗୃହ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ନିର୍ବାଚନ ସମୟରେ ଦଳ ପକ୍ଷରୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରାଯିବ। ଇସ୍ତାହାରରେ ଉପସ୍ଥାପନ କରାଯାଇଥିବା ବିଷୟକୁ କାର୍ଯ୍ୟକାରୀ କରାଯିବ। କେନ୍ଦ୍ର ସହ ରାଜ୍ୟର ଉନ୍ନତି ପାଇଁ ସହଯୋଗ କରିବ। ରାଜ୍ୟ ସ୍ବାର୍ଥ ସମ୍ବନ୍ଧିତ ଯେ କୌଣସି ପ୍ରସଙ୍ଗ ସରକାର କେନ୍ଦ୍ର ସହ ଆଲୋଚନା କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ଦୁଇଟି ପର୍ଯ୍ୟାୟରେ ଅଧିବେଶନକୁ ଭାଗ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବଜେଟ୍‌ ଉପସ୍ଥାପନ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ବଜେଟ୍‌ ଆଲୋଚନା ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଆଗତ କରାଯିବ। ଲୋକଙ୍କ ପାଇଁ କାର୍ଯ୍ୟ କରିବା ଜନପ୍ରତିନିଧିଙ୍କ କାମ। ବିରୋଧୀଙ୍କୁ ବିଶ୍ୱାସଭାଜନକୁ ନେଇ ଗୃହକାର୍ଯ୍ୟ ପରିଚାଳନା କରାଯିବ ବୋଲି ଆରୁଖ କହିଛନ୍ତି। ସା ୫ଟା ୩୦ରେ ହୋଇଥିବା ବୈଠକରେ ବିଜେଡି ପକ୍ଷରୁ ପ୍ରାୟ ୯୬ ଜଣ ବିଧାୟକ ଉପସ୍ଥିତ ଥିଲେ। ନିର୍ଦ୍ଦାରିତ ସମୟର ସାମାନ୍ୟ ଡେରିରେ ମୁଖ୍ୟମନ୍ତ୍ରୀ ବୈଠକରେ ପହଞ୍ଚି ଅଧ୍ୟକ୍ଷତା କରିଥିଲେ। ନବନିର୍ବାଚିତ ବିଧାୟକଙ୍କୁ ସ୍ବାଗତ କରିବା ସହ ଗୃହ କାର୍ଯ୍ୟରେ ସମସ୍ତଙ୍କୁ ସହଯୋଗ କରିବା ପାଇଁ କହିଥିଲେ। ବିଧାନସଭାରେ ଉପଯୁକ୍ତ ସମନ୍ବୟ ନେଇ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଉପ-ମୁଖ୍ୟ ସଚେତକ ପ୍ରଣବ ବଳବନ୍ତରାୟ କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri