ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟଭାବେ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲିକ, ସଞ୍ଜୟ କୁମାର ଦାସବର୍ମା, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ପାଣିଗ୍ରାହୀ, ପ୍ରଣବ ପ୍ରକାଶ ଦାସଙ୍କୁ ମନୋନୀତ କରାଯାଇଛି। ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ରଙ୍କୁ ସଂଯୋଜକ ଦାୟିତ୍ୱ ମିଳିଛି। ତେବେ ଏହି କମିଟି ପକ୍ଷରୁ ସଦସ୍ୟତା ଅଭିଯାନ ନେଇ ଗତ ସୋମବାର ଏକ ବୈଠକ ବସିଥିଲା। ସେହିପରି ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଏକ ବୈଠକ ଅନୁଷ୍ଠିତ ହୋଇଥିବା ଜଣାପଡିଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୧ ତାରିଖରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ପରିବର୍ଦ୍ଧିତ କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କାର୍ଯ୍ୟକାରୀ କମିଟିର ୮୧ ସଦସ୍ୟ, ସବୁ ଜିଲା ସଭାପତି, ୩୦ ଜିଲା ପାଇଁ ନୂତନଭାବେ ଚୟନ ହୋଇଥିବା ପର୍ଯ୍ୟବେକ୍ଷକ, ସମସ୍ତ ଛାମୁଆ ସଙ୍ଗଠନର ମୁଖିଆ ଯୋଗଦେବେ। ଏହି ବୈଠକରେ କେମିତି ଦଳର ସଦସ୍ୟତା ଅଭିଯାନ ଆରମ୍ଭ ହେବ ସେନେଇ ଘୋଷଣା କରାଯିବ ବୋଲି ଜଣାପଡିଛି। ଆଜିର ବୈଠକରେ ସଦସ୍ୟତା ଅଭିଯାନର ସମସ୍ତ ସଦସ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri