ବିଜେଡି ସଭ୍ୟ ସଂଗ୍ରହ ଅବଧି ୩ ସପ୍ତାହ ବୃଦ୍ଧି

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଅକ୍ଟୋବର ଶେଷ ସୁଦ୍ଧା ବିଜେଡି ପକ୍ଷରୁ ପ୍ରାୟ ୪୧ ଲକ୍ଷଙ୍କୁ ଦଳୀୟ ସଭ୍ୟ କରାଯାଇଥିବା ଜଣାପଡ଼ିଛି। ସେହିପରି ସଭ୍ୟ ସଂଗ୍ରହରେ ଦେଖାଦେଇଥିବା ଉତ୍ସୁକତାକୁ ଦେଖି ଏହି ଅଭିଯାନକୁ ଆହୁରି ୩ ସପ୍ତାହକୁ ବୃଦ୍ଧି କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ବସିଥିବା ଜିଲା ପର୍ଯ୍ୟବେକ୍ଷକ ଓ ଜିଲା ସଭାପତିଙ୍କ ବୈଠକରୁ ଏହା ଜଣାପଡ଼ିଛି।
ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ସଭ୍ୟ ସଂଗ୍ରହ ଏବଂ ଦଳର ଶୀର୍ଷ ନେତୃତ୍ୱ ଦ୍ୱାରା ସ୍ଥିରୀକୃତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରୁଥିବା ଜିଲା ଏବଂ ନିର୍ବାଚନମଣ୍ଡଳୀକୁ ପ୍ରଶଂସା କରାଯାଇଥିଲା। ଅନୁରୂପ ଭାବେ ଅପେକ୍ଷାକୃତ ଭଲ ପ୍ରଦର୍ଶନ କରି ନ ଥିବା ଜିଲା ଓ ନିର୍ବାଚନମଣ୍ଡଳୀରେ ଥିବା ନେତୃବର୍ଗଙ୍କୁ ତାଗିଦ୍‌ କରାଯାଇଥିଲା। ପୂର୍ବ ଯୋଜନା ମୁତାବକ କାର୍ଯ୍ୟ ନ ହେଲେ ଦାୟିତ୍ୱରେ ଥିବା ନେତାମାନଙ୍କୁ ଅପସାରଣ କରାଯିବାର ପରୋକ୍ଷ ଚେତାବନୀ ମଧ୍ୟ ଦିଆଯାଇଛି। ବିଶେଷକରି ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକଙ୍କ କାର୍ଯ୍ୟାବଳୀକୁ ନଜରରେ ରଖି ଏପରି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି। ୧୭ରୁ ୧୯ ନିର୍ବାଚନମଣ୍ଡଳୀର ସାଙ୍ଗଠନିକ କାର୍ଯ୍ୟ, ସଭ୍ୟ ସଂଗ୍ରହ ଇତ୍ୟାଦିକୁ ନେଇ ଉଦ୍‌ବେଗ ପ୍ରକାଶ କରାଯାଇଥିବା ଜଣାପଡ଼ିଛି। ସଭ୍ୟ ସଂଗ୍ରହରେ ଯୁବ, ମହିଳା ବର୍ଗକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା ଜଣାପଡ଼ିଛି। ନିକଟରେ ଦଳ ପକ୍ଷରୁ ‘ଓଡ଼ିଶା- ମୋ ପରିବାର’ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଏହା ଦଳକୁ ଆହୁରି ଲୋକଙ୍କ ନିକଟତର କରାଇବ ବୋଲି ମତ ପ୍ରକାଶ ପାଇଥିଲା। ଏହି ସାଙ୍ଗଠନିକ ବୈଠକରେ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାସ, ଅମର ଶତପଥୀ, ପ୍ରମିଳା ମଲ୍ଲିକ, ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହେଶ୍ୱର ମହାନ୍ତି, ଦେବାଶିଷ ସାମନ୍ତରାୟ, ଚନ୍ଦ୍ରସାରଥି ବେହେରା, ବିଜୟ ନାୟକ, କିଶୋର ମହାନ୍ତି, ଲାଲ୍‌ବିହାରୀ ହିମିରିକା ପ୍ରମୁଖ ବୈଠକରେ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri