Posted inଖେଳ

ବିଜେତା ଇଂଲଣ୍ଡକୁ ମିଳିଲା ନାହିଁ ଅସଲି ଟ୍ରଫି

ଲଣ୍ଡନ,୧୫।୭:୨୦୧୯ ଆଇସିସି ବିଶ୍ୱକପର ଫାଇନାଲ ମୁକାବିଲା କ୍ରିକେଟର ମକ୍କା କୁହାଯାଉଥିବା ଲର୍ଡସ ପଡିଆରେ ରବିବାର ଶେଷ ହୋଇଛି। ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଷଷ୍ଠ ଦଳ ଭାବେ ବିଶ୍ୱକପ ଚାମ୍ପିୟନ ହୋଇଛି। ଏହା ସହିତ ଦୀର୍ଘ ୨୩ ବର୍ଷ ପରେ ଏକ ନୂଆ ଦଳ ବିଶ୍ୱକପ ଜିତିଛି। ଅନ୍ତିମଥର ଶ୍ରୀଲଙ୍କା ୧୯୯୬ରେ ନୂଆ ଦଳ ଭାବେ ବିଶ୍ୱକପ ଜିତିଥିଲା। କିନ୍ତୁ ଏଥର ବିଶ୍ୱବିଜେତା ଟିମକୁ ଅସଲି ଟ୍ରଫି ମିଳିନାହିଁ। ଆଇସିସି ନିଜ ପାଖରେ ଅସଲି ଟ୍ରଫି ରଖିଥିବାବେଳେ ଉକ୍ତ ଆକୃତିର ଆଉ ଟ୍ରଫି ଇଂଲଣ୍ଡ ଟିମକୁ ଦିଆଯାଇଥିଲା। ବିଶ୍ୱକପ ଟ୍ରଫିର ଓଜନ ୧୧ କିଲୋ। ସୁନା ଏବଂ ଚାନ୍ଦିରେ ଏହାକୁ ନିର୍ମାଣ କରାଯାଇଛି। ଟ୍ରଫି ମଝିରେ ଥିବା ଗ୍ଲୋବଟି ସୁନାରେ ତିଆରି ହୋଇଛି। ୬୦ ସେଣ୍ଟିମିଟର ଉଚ୍ଚତା ବିଶିଷ୍ଟ ଏହି ଟ୍ରଫି ପ୍ରଥମେ ୧୯୯୯ରେ ନିର୍ମାଣ କରାଯାଇଥିଲା। ଏହି ମ୍ୟାଚ୍‌ ଜିତିବା ପରେ ଇଂଲଣ୍ଡ ଦଳକୁ ୪୦ ଲକ୍ଷ ଡଲାର ଅର୍ଥାତ୍‌ ୨୮ କୋଟି ଟଙ୍କା ପୁରସ୍କାର ରାଶି ମିଳିଛି। ସେହିପରି ଉପବିଜେତା ନ୍ୟୁଜିଲାଣ୍ଡ ଦଳକୁ ୧୪ କୋଟି ଟଙ୍କା ପୁରସ୍କାର ଦିଆଯାଇଛି। ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତ ଏବଂ ଅଷ୍ଟ୍ରେଲିଆକୁ ୫-୫ କୋଟି ଲେଖାଁଏ ଟଙ୍କା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri