ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୧।୫(ବ୍ୟୁରୋ) : ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପୁଣି ଚର୍ଚ୍ଚାକୁ ଆସିଛି। ୨୦୧୭ ଦ୍ୱିତୀୟାର୍ଦ୍ଧରେ ତତ୍କାଳୀନ ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ହୋଇଥିଲା। ଏହା ପରେ ସେହି ଆସନ ଖାଲି ପଡିବାରୁ ଉପନିର୍ବାଚନ ଆବଶ୍ୟକ ହୋଇଥିଲା। ଶାସକ ଦଳ ବିଜେଡି ସ୍ବର୍ଗତ ସୁବଳ ସାହୁଙ୍କ ସ୍ତ୍ରୀ ରୀତା ସାହୁଙ୍କୁ ପ୍ରାର୍ଥୀ କରିଥିଲା। କଂଗ୍ରେସ ପ୍ରଣୟ ସାହୁ ଏବଂ ଭାଜପା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀଙ୍କୁ ପ୍ରାର୍ଥୀ କରିଥିଲା। ଘଟଣାକ୍ରମରେ ୨୦୧୮ରେ ହୋଇଥିବା ଉପନିର୍ବାଚନରେ ରୀତା ବହୁ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ। ହେଲେ ୨୦୧୯ ସାଧାରଣ ନିର୍ବାଚନରେ ରୀତାଙ୍କୁ ବିଜେଡି ପ୍ରାର୍ଥୀ କରି ନ ଥିଲା। ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେହି ଆସନରୁ ବିଜେଡି ବିଧାୟକଭାବେ ଲଢି ବିଜୟୀ ହୋଇଛନ୍ତି। ପୂର୍ବଭଳି ନିଜ ପାରମ୍ପରିକ ଆସନ ହିଞ୍ଜିଳିରେ ମଧ୍ୟ ପ୍ରାର୍ଥୀ ହୋଇ ନବୀନ ବିଜୟୀ ହୋଇଛନ୍ତି। ତେଣୁ ୬ ମାସ ମଧ୍ୟରେ ନବୀନଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ପଡିବ। ତେଣୁ ବିଜେପୁରକୁ ଛାଡିବା ସମ୍ଭାବନା ବେଶି ଥିବାରୁ ସେଠାରେ ଉନ୍ନତିମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଉଥିବା ରାଜଧାନୀରେ ଚର୍ଚ୍ଚା ଜୋର ଧରିଛି।
ଯଦି ମୁଖ୍ୟମନ୍ତ୍ରୀ ବିଜେପୁର ଆସନ ଛାଡନ୍ତି, ତେବେ ସେଠାରୁ କାହାକୁ ପ୍ରାର୍ଥୀ କରାଯିବ। ବିଜେପୁର ନ ଛାଡି ଯଦି ହିଞ୍ଜିଳି ଛାଡନ୍ତି, ତେବେ ସେଠାରୁ କିଏ ପ୍ରାର୍ଥୀ ହେବ, ସେ ଚର୍ଚ୍ଚା ଜୋର ଧରିଛି। କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳି ଆସନ ଛାଡିବା ଚର୍ଚ୍ଚା ଜୋର ଧରିଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ପୁତୁରା ତଥା ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ପୁତ୍ର ଅରୁଣ ପଟ୍ଟନାୟକ ସେହି ଆସନରୁ ଲଢିବେ ବୋଲି ଆଲୋଚନା ହେଉଥିଲା ମାତ୍ର ଶପଥ ଗ୍ରହଣର ଦୁଇଦିନ ପୂର୍ବରୁ ତାଙ୍କ ପରିବାରରୁ କେହି ରାଜନୀତିକୁ ଆସିବେ ନାହିଁ, ତାଙ୍କ ଉତ୍ତରାଧିକାରୀଙ୍କୁ ରାଜ୍ୟବାସୀ ବାଛିବେ ବୋଲି ମୁଖ୍ୟମନ୍ତ୍ରୀ ଜାତୀୟ ଗଣମାଧ୍ୟମରେ ମତାମତ ଦେଇଥିଲେ। ତେଣୁ ମୁଖ୍ୟମନ୍ତ୍ରୀ କେଉଁ ଆସନ ରଖି କେଉଁଟି ଛାଡୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିଜେପୁରକୁ ପଞ୍ଚମ ପାଳିର ଦ୍ୱିତୀୟ ଦିନରୁ ମୁଖ୍ୟମନ୍ତ୍ରୀଙ୍କ ଏତେଟା ପ୍ରାଧାନ୍ୟ, ସେହି ସିଟ୍‌ ଛାଡିବା ସମ୍ଭାବନା ଅଧିକ ଥିବା ରାଜନୈତିକ ସମୀକ୍ଷକମାନେ କହିଛନ୍ତି। ତେଣୁ ନବୀନ କେଉଁ ଆସନ ଛାଡି କେଉଁଟିକୁ ରଖୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?