ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ସର୍ବକାଳୀନ ରେକର୍ଡ ୯୭,୯୯୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ଦଳର ଏହି ସଫଳତା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ବିଜେପୁରବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଗଣତିର କେଇ ଘଣ୍ଟା ମଧ୍ୟରେ ବିଜେଡିର ଏକତରଫା ବିଜୟ ନେଇ ସଙ୍କେତ ମିଳିଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ନିଜ ଟୁଇଟରେ ବାର୍ତ୍ତା ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଉପନିର୍ବାଚନର ଏହି ଐତିହାସିକ ବିଜୟର ଶ୍ରେୟ ବିଜେପୁରବାସୀଙ୍କର। ନିରନ୍ତର ତାଙ୍କୁ ମିଳିଥିବା ଭଲ ପାଇବା ପାଇଁ ସେ ବିଜେପୁରବାସୀଙ୍କ ନିକଟରେ କୃତଜ୍ଞ। ବିଜେପୁର ଭାଇଭଉଣୀଙ୍କୁ ମୋର ଆନ୍ତରିକ ଧନ୍ୟବାଦ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ବିଜେଡି ସଭାପତି ଶୁଭେଚ୍ଛା ଜଣାଇଥିଲେ। ସାରେ ବିଜୟ ଉତ୍ସବ ମନାଇବା ପାଇଁ ଛାତ୍ର, ଯୁବ, ମହିଳା ବିଜେଡିର କାର୍ଯ୍ୟକର୍ତ୍ତା ନବୀନ ନିବାସରେ ପହଞ୍ଚିଥିଲେ। ଦଳର ଏପରି ପ୍ରଦର୍ଶନ ପାଇଁ ସମସ୍ତ କାର୍ଯ୍ୟକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨: ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri