ବିଜେପୁରରେ ଜିତିବା ଭଳି ଲାଗୁନି, କାହିଁକି ବଡ଼ କଥା କହିବୁ: ସୁର

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନା ବିଜେଡି ପ୍ରାର୍ଥୀ ରୀତା ସାହୁ, ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ଏବଂ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ଟକ୍କର ହେବା ଏବେ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ସମସ୍ତ ଦଳର ହେଭିଓ୍ବେଟ୍‌। ଗୋଟିଏ ପଟେ ନିର୍ବାଚନକୁ ନେଇ ରାଜନୀତି ପାଣିପାଗ ସରଗରମ ଥିବା ବେଳେ କଂଗ୍ରେସ କିନ୍ତୁ ହାର ମାନି ସାରିଲାଣି। ଭୋଟ ପୂର୍ବରୁ କଂଗ୍ରେସ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ବିଜେପୁରରେ କଂଗ୍ରେସ ଜିତିବା ଭଳି ଲାଗୁ ନ ଥିବା ଗୁରୁବାର କହିଛନ୍ତ।

ସେ କହିଛନ୍ତି, ମୁଁ ଏଠାରେ ୩ ରୁ ୪ ଦିନ ହେବ ବୁଲୁଛି, ପ୍ରଚାର କରୁଛିା ଏବେ ପୁରା ନବୀନ ପଟ୍ଟନାୟକଙ୍କ ଜମାନା ଚାଲିଛି। ବିଜେପୁରରେ ସେ ଯେତିକି ପତାକା ଲଗାଇଛନ୍ତି, ଆମେ ୭ ଜନ୍ମରେ ପାରିବୁନିା ଯେତିକି ପୋଷ୍ଟର ମାରିଛନ୍ତି, ଆମେ ୨୦ ଜନ୍ମରେ ଦେଖିବୁନିା ସବୁ ପଇସା ଏବେ ମୋଦି ଏବଂ ନବୀନଙ୍କ ପାଖରେ। କଂଗ୍ରେସ ଏକଦମ ଶୁଖିଲା । ଏଭଳିସ୍ଥିତିରେ ମୋତେ କାହିଁ ଜିତିବା ଭଳି ଲାଗୁ ନାହିଁ। ବିନା ପଇସାରେ କ’ଣ କିଛି ହେଲାଣି, ଭୋଟ ମିଳିଲାଣି। କଂଗ୍ରେସ ପାଖରେ ବିଲକୁଲ ପଇସା ନାହିଁ, ଭୋଟ କ’ଣ ପାଇବୁ ବୋଲି ସୁର କହିଛନ୍ତିା ଏହାଛଡ଼ା ଆମେ ଏଠାରେ ହାରିଯିବୁ, କାହିଁକି ବଡ଼ ବଡ଼ କଥା କହିବୁା ନବୀନଙ୍କ ବେଳା ପଡ଼ିଛି, ସେ ମହାଶୂନ୍ୟରେ ୫ଥର ମୁଖ୍ୟମନ୍ତ୍ରୀ ହୋଇଥିବା ସୁର ମଧ୍ୟ କହିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri