ବିଜେପୁରରେ ବିଜେଡି କରିବ ବାଜିମାତ, ୩୫ହଜାର ଭୋଟରେ ଜିତିବୁ: ପ୍ରମିଳା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହାକୁ ନେଇ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି। ପୂର୍ବଥର ଭଳି ଚଳିତ ଥର ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି କୁହାଯାଉଛି। ଏବେ ପ୍ରଚାର ମଇଦାନକୁ ଦଳୀୟ ନେତାମାନେ ଓହ୍ଲାଇଥିବା ବେଳେ ପରସ୍ପରକୁ କଟାକ୍ଷ କରିବାକୁ ପଛାଉନାହାନ୍ତି। ଏସବୁ ମଧ୍ୟରେ ବିଜେପୁରରେ ବିଜେଡି ବାଜିମାତ କରିବ। ତେବେ ଖାଲି ବିଜୟ ନୁହେଁ ୩୫ହଜାର ଭୋଟ ବ୍ୟବଧାନରେ ଦଳ ଜିତିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛି ବିଜେଡି। ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଶୁକ୍ରବାର ଏଭଳି ମତ ପ୍ରକାଶ କରିଛନ୍ତି।

ପ୍ରମିଳା କହିଛନ୍ତି, ବିଜେପୁରକୁ ହାତେଇବା ଲାଗି ବିଜେଡି ସମେତ ଅନ୍ୟ ଦଳ ବି ମଇଦାନକୁ ଓହ୍ଲାଇଛନ୍ତି। ହେଲେ ଏଠାରେ ବିଜେଡି ବାଜିମାତ କରିବ। ପୁଣିଥରେ ବିଜେପୁରରେ ବାନା ଉଡାଇବ ବିଜେଡି। ୩୫ହଜାର ଭୋଟ ବ୍ୟବଧାନରେ ଦଳ ବିଜୟୀ ହେବ। କେନ୍ଦ୍ରମନ୍ତ୍ରୀ ଯେତେ ପ୍ରଚାର କଲେ ମଧ୍ୟ ଭୋଟରଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ବିଜେପୁର ଲାଗି ବିଜେଡି ପୁଣି ଥରେ ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଭାଜପା ପକ୍ଷରୁ ସନତ ଗଡ଼ତିଆ ଏବଂ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri