ବିଜେପୁର ଉପନିର୍ବାଚନରେ ନବୀନ ଲହର: ୫୦ହଜାର ଟପି ପାରିଲାନି ଭାଜପା; ଅମାନତ ହରାଇଲା କଂଗ୍ରେସ

ବରଗଡ଼ ଅଫିସ,୨୪।୧୦: ବିଜେପୁର ଉପନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ରାଜ୍ୟ ଭାଜପା ଏବଂ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ଭାଜପା ପକ୍ଷରୁ ପ୍ରଚାର ଭାର ସମ୍ଭାଳିଥିବା ନେତାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେଉଁ ଚ୍ୟାଲେଞ୍ଜ ଦେଇଥିଲେ, ତାହା ଲୋକେ ଗ୍ରହଣ କରି ନ ଥିବା ସ୍ପଷ୍ଟ ହୋଇଛି। ନବୀନଙ୍କଠାରୁ ଅଧିକ ଭୋଟରେ ଜିତି ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ପ୍ରାର୍ଥିନୀ ରୀତା ସାହୁ। ଅପରପକ୍ଷେ ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ୫୦ ହଜାର ଡେଇଁ ପାରି ନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ଲଢ଼ିଥିବା ବେଳେ ସନତଙ୍କୁ ୫୩ ହଜାର ୪୮୨ ଭୋଟ ମିଳିଥିବା ବେଳେ ଏବେ ଏହି ସଂଖ୍ୟା ୩୭ ହଜାର ୯୫୫ରେ ପହଞ୍ଚିଛି।

ଧର୍ମେନ୍ଦ୍ର ପ୍ରଧାନ ବିଜେପୁରକୁ ଦୁଇଥର ଗସ୍ତ କରିଥିବା ବେଳେ ମୁଖ୍ୟମନ୍ତ୍ରୀ କାହିଁକି ବିଜେପୁର ଆସନ ଛାଡ଼ିଲେ ଏବଂ ଉପନିର୍ବାଚନ ହେବାକୁ ପଡ଼ିଲା ସେନେଇ ଅନେକ ପ୍ରଶ୍ନ ପଚାରିଥିଲେ। ଏହାର ମୁଖ୍ୟମନ୍ତ୍ରୀ ଜବାବ ରଖି ନ ଥିଲେ ହେଁ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ଉତ୍ତର ରଖି ବିଜେପୁରରେ ଧର୍ମେନ୍ଦ୍ରଙ୍କ ପ୍ରଶ୍ନର ପ୍ରଭାବ ପଡ଼ିବ ନାହିଁ ବୋଲି କହିଥିଲେ। ଶେଷରେ ତାହା ହିଁ ହୋଇଛି। ରେକର୍ଡ ସହ ବିଜୟିନୀ ହୋଇଛନ୍ତି ରୀତା। ବିଜେପୁରରେ ରୀତାଙ୍କ ଲୋକପ୍ରିୟତା ନୁହେଁ, ବରଂ ନବୀନଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢ଼ିଥିବାରୁ ଏପରି ସ୍ଥିତି ସୃଷ୍ଟି ହୋଇଛି ବୋଲି ଚର୍ଚ୍ଚା ହେଉଛି।

ସେହିପରି ଏହି ଆସନରେ ଉପନିର୍ବାଚନ ପୂର୍ବରୁ ହାର ମାନି ନେଇଥିଲା କଂଗ୍ରେସ। ଦଳୀୟ ନେତାମାନେ ନିର୍ବାଚନ ଲଢ଼ିବାକୁ ଟଙ୍କା ନ ଥିବାଠାରୁ ଆରମ୍ଭ କରି ନବୀନଙ୍କ ଆଭିମୁଖ୍ୟ ଦେଖି ଜିତିବା ପରି ମନେ ହେଉ ନ ଥିବା କହିଥିଲେ। ଫଳାଫଳ ପ୍ରକାଶ ପାଇବା ପରେ କଂଗ୍ରେସ ଅମାନତ ହରାଇଥିବା ଦେଖିବାକୁ ମିଳିଛି। ଦଳୀୟ ପ୍ରାର୍ଥୀ ଦିଲୀପ ପଣ୍ଡାଙ୍କୁ ମିଳିଛି ମାତ୍ର ୫,୮୭୬ ଭୋଟ। ୧୦ ହଜାର ଭୋଟ ଛୁଇଁ ପାରି ନ ଥିବା ଯୋଗୁ ରାଜ୍ୟରେ ପତିଆରା ଫେରି ପାଇବା ଲାଗି ଦଳକୁ ସମୀକ୍ଷା କରିବାକୁ ପଡ଼ିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri