ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ

ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା ନାହିଁ। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନରୁ ପ୍ରାର୍ଥୀ ହୋଇଥିଲେ ଏବଂ ବିଜୟୀ ହେବା ପରେ ଆସନ ଛାଡିଥିଲେ। ଏହା ବିଜେପୁରବାସୀଙ୍କୁ ନିରାଶ କରିଛି। କେବଳ ସେତିକି ନୁହେଁ, ବିଜେପୁରରେ ଏବେ ମଧ୍ୟ ପାନୀୟଜଳ, ବେରୋଜଗାର ଆଦି ସମସ୍ୟା ରହିଛି। ଫଳରେ ଚଳିତ ଉପନିର୍ବାଚନରେ ଭାଜପାର ନିଶ୍ଚୟ ବିଜୟ ହେବ ଏବଂ ଓଡ଼ିଶାରେ ଦଳ ପାଇଁ ଏକ ଭଲ ମାହୋଲ ସୃଷ୍ଟି ହେବ ବୋଲି ବୁଧବାର ବରଗଡ଼ ଏକ ହୋଟେଲ ସଭାକକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଜପାର ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅରୁଣ ସିଂ କହିଛନ୍ତି । ସେହିପରି ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ଭାଜପା ଛାଡିବା କିମ୍ବା ମୁଖ୍ୟମନ୍ତ୍ରୀ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଆସିବା କିଛି ପ୍ରଭାବ ପକାଇବ ନାହିଁ ବୋଲି ମଧ୍ୟ ସେ କହିଛନ୍ତି। ଖବରଦାତା ସମ୍ମିଳନୀରେ ବରଗଡ ଏମ୍‌ପି ସୁରେଶ ପୂଜାରୀ, ଦଳର ବରିଷ୍ଠ ନେତା ବିଜୟ ମହାପାତ୍ର, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri