ବିଜେପୁର ଉପନିର୍ବାଚନ: ଖୁବ୍‌ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ ପରେ ବୈଠକ ବସୁଥିବା ବେଳେ କଂଗ୍ରେସ ଓ ଭାଜପା ମଧ୍ୟ ପଛରେ ନାହାନ୍ତି। ଆସନ୍ତା ୨୭ରେ ବିଜେଡି ପ୍ରାର୍ଥୀପତ୍ର ଘୋଷଣା କରିପାରେ। ସେହିଭଳି ମଙ୍ଗଳବାର କଂଗ୍ରେସ ପକ୍ଷରୁ ବସିଥିବା ବୈଠକରେ ପ୍ରାର୍ଥୀ ଚୟନ ହୋଇସାରିଛି। ଦିନେ ଅଥବା ଦୁଇଦିନ ମଧ୍ୟରେ ଦଳ ବିଜେପୁର ଲାଗି ପ୍ରାର୍ଥୀ ଘୋଷଣା କରିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଅପରପକ୍ଷେ ବୈଠକଟି ଅସମାପ୍ତ ରହିଥିବା ଚୟନ କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ନରସିଂହ ମିଶ୍ର କହିଛନ୍ତି।

କାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ୩୦ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ଟାରୁ ୩ଟା ମଧ୍ୟରେ ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆସନ୍ତା ୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଅକ୍ଟୋବର ୩ରେ ନାମାଙ୍କନ ପ୍ରତ୍ୟାହାର ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ୨୪ରେ ଭୋଟଗରତି ହେବ। ଅକ୍ଟୋବର ୨୭ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ ବୋଲି ଭାରତୀୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri