ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି: ପଶ୍ଚିମ ଓଡ଼ିଶା ନେତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆସନରେ ଗତ ଦୁଇଥର ଭଳି ବିଜୟଧାରା ବଜାୟ ରଖିବା ପାଇଁ ରଣକୌଶଳ ପ୍ରସ୍ତୁତ କରାଯାଇଛି। ସେହିକ୍ରମରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ବରିଷ୍ଠ ନେତାମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପନିର୍ବାଚନରେ ବିଜୟୀ ହେବା ସହ ଭୋଟ ବ୍ୟବଧାନ ଯେପରି ଆଖିଦୃଶିଆ ରହିବ, ସେଥିପ୍ରତି ଆଲୋଚନା କରାଯାଇଛି।
ବୈଠକରୁ ମିଳିଥିବା ସୂଚନାନୁଯାୟୀ ଦଳ ପକ୍ଷରୁ ତ୍ରିସ୍ତରୀୟ (ଥ୍ରୀ-ଟାୟାର) ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି। ତୃଣମୂଳର ଶୀର୍ଷସ୍ତରରେ ୪ ପଶ୍ଚିମ ଓଡ଼ିଶା ନେତାଙ୍କୁ ଦାୟିତ୍ୱ ଦିଆଯାଇଛି। ଏମାନେ ହେଉଛନ୍ତି-ସୁଶାନ୍ତ ସିଂ(ବିଜେପୁର ବ୍ଲକ), ଦେବେଶ ଆଚାର୍ଯ୍ୟ(ବିଜେପୁର ଏନ୍‌ଏସି), ନବ ଦାସ(ଗାଇସିଲଟ) ଏବଂ ନିରଞ୍ଜନ ପୂଜାରୀ(ବରପାଲି)। ଏହା ବ୍ୟତୀତ ଗାଇସିଲଟ ବ୍ଲକରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସଞ୍ଜୟ ଦାସବର୍ମାଙ୍କୁ ବରପାଲି ବ୍ଲକର କେତେକ ପଞ୍ଚାୟତ ଦାୟିତ୍ୱ ମଧ୍ୟ ସ୍ବତନ୍ତ୍ର ଭାବେ ପ୍ରଦାନ କରାଯାଇଛି। ବିଜେପୁର ବ୍ଲକ/ଏନ୍‌ଏସି ଦାୟିତ୍ୱ ମନ୍ତ୍ରୀ ଅରୁଣ ସାହୁ, ଦିବ୍ୟଶଙ୍କର ମିଶ୍ର ଏବଂ କିଶୋର ମହାନ୍ତି ପ୍ରମୁଖଙ୍କୁ ଦିଆଯାଇଛି। ଉପରୋକ୍ତ ଦ୍ୱିସ୍ତରୀୟ ସାଙ୍ଗଠନିକ ଦାୟିତ୍ୱ ପରେ ପ୍ରତି ପଞ୍ଚାୟତରେ ଜଣେ ବିଧାୟକ ଏବଂ ଜଣେ ଦଳୀୟ ନେତାଙ୍କୁ ଦାୟିତ୍ୱ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି।
ନବୀନ ନିବାସରେ ହୋଇଥିବା ଏହି ବୈଠକରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ , ବଲାଙ୍ଗୀରର ପୂର୍ବତନ ଏମ୍‌ପି କଳିକେଶ ନାରାୟଣ ସିଂଦେଓ ଏବଂ ଜିଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରଫୁଲ୍ଲ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ବୈଠକରେ ଗଣମାଧ୍ୟମକୁ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ଚଳିତ ମାସ ୩୦ରେ ବିଜେଡିର ବିଜେପୁର ପ୍ରାର୍ଥୀ ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ସମସ୍ତ କର୍ମୀ, ନେତା ଏବଂ ନିର୍ବାଚିତ ପ୍ରତିନିଧି ଶୃଙ୍ଖଳିତ ଢଙ୍ଗରେ ଦଳର ବିଜୟ ପାଇଁ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି। କାହା ନାମକୁ ବିଜେଡି ସଭାପତି ଚୂଡାନ୍ତ କରିଛନ୍ତି, ସେ ନେଇ ବୈଠକରେ ଥିବା କୌଣସି ନେତା ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲି ନ ଥିଲେ। ହେଲେ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ମୁଖ୍ୟତଃ ୩ଟି ନାଁ ଉପରେ ବିଚାରବିମର୍ଶ ସରିଛି। ଏମାନେ ହେଉଛନ୍ତି ପୂର୍ବତନ ବିଧାୟିକା ରୀତା ସାହୁ, ପୂର୍ବତନ ଏମ୍‌ପି ପ୍ରଭାସ ସିଂ ଏବଂ ଏପିକଲ୍‌ ଅଧ୍ୟକ୍ଷ ପ୍ରଭାତଆଦିତ୍ୟ ମିଶ୍ର। ସମ୍ଭବତଃ ରୀତାଙ୍କ ନାଁରେ ଦଳୀୟ ମୋହର ବାଜିବାର ଯଥେଷ୍ଟ ସମ୍ଭାବନା ରହିଛି। ସେହିପରି ଗୁରୁବାର ସା ସୁଦ୍ଧା ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବୋଲି ଜଣାପଡ଼ିଛି। ପର୍ଯ୍ୟବେକ୍ଷକ ପ୍ରଫୁଲ୍ଲ ମଲିକ ଏବଂ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ସମ୍ପୂର୍ଣ୍ଣ ଉପନିର୍ବାଚନ ଦାୟିତ୍ୱରେ ସମନ୍ବୟ ରକ୍ଷା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri