ବିଜେପୁର ଉପନିର୍ବାଚନ: ପ୍ରକାଶ ପାଇଲା ଷ୍ଟାର ପ୍ରଚାରକ ତାଲିକା; ବିଜେଡିର ମଙ୍ଗ ଧରିବେ ନବୀନ,କଂଗ୍ରେସର ସୋନିଆ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଗୁରୁବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ବିଜେଡି ଏବଂ କଗ୍ରେସ ୪୦ଜଣଙ୍କୁ ଷ୍ଟାର ପ୍ରଚାରକ କରିଥିବା ବେଳେ ଭାଜପା ୨୪ଜଣଙ୍କୁ କରିଛି। ବିଜେଡି ପକ୍ଷରୁ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅନଙ୍ଗ ଉଦୟ ସିଂଦେଓ, ମଙ୍ଗଳା କିଷାନ, ପ୍ରଫୁଲ୍ଲ ମଲ୍ଲିକ, ପ୍ରଦୀପ ଅମାତ, ପଦ୍ମନାଭ ବେହେରା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଦେବୀପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ବିକ୍ରମ ଆରୁଖ, ନବକିଶୋର ଦାସ, କିଶୋର କୁମାର ମହାନ୍ତି, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ କୁମାର ଦାଶବର୍ମା, ଅରୁଣ କୁମାର ସାହୁ, ସୁଦାମ ମାର୍ଣ୍ଡି, ବିଜୟ ରଞ୍ଜନ ସିଂ ବରିହା, ପ୍ରଣବ ପ୍ରକାଶ ଦାସ, ରମେଶ ଚନ୍ଦ୍ର ମାଝୀ, ଅନୁଭବ ମହାନ୍ତି, ଟୁକୁନି ସାହୁ, ଦିବ୍ୟ ଶଙ୍କର ମିଶ୍ର, ପଦ୍ମିନୀ ଦିଆନ, ସ୍ନେହାଙ୍ଗୀନି ଛୁରୀଆ ପ୍ରମୁଖ ଷ୍ଟାର ପ୍ରଚାରକ ରହିଛନ୍ତି।

ସେହିଭଳି କଂଗ୍ରେସ ପକ୍ଷରୁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ମନମୋହନ ସିଂ, ପ୍ରୀୟଙ୍କା ଗାନ୍ଧୀ, ଜିତେନ୍ଦ୍ର ସିଂହ, ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର, ଆର୍‌ସି ଖୁଣ୍ଟିଆ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚିନ ପାଇଲଟ, ଆନନ୍ଦ ଶର୍ମା, ମନିଷ ତିିଓ୍ବାରୀ ପ୍ରମୁଖ ରହିଛନ୍ତି। ସେହିଭଳି ଭାଜପାର ଜଗତ ପ୍ରକାଶ ନଡ୍ଡା, ଅରୁଣ ସିଂ, ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଗିରିଧର ଗମାଙ୍ଗୋ, ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ର, ମନୋଜ ତିଓ୍ବାରୀ, ବସନ୍ତ ପଣ୍ଡା, ବିଜୟ ମହାପାତ୍ର, କେଭି ସିଂହଦେଓ, ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଷ୍ଟାର ପ୍ରଚାରକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?