ବିଜେପୁର ଏନ୍‌ଏସିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’

ବିଜେପୁର,୧୮।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ତିନି ପ୍ରମୁଖ ଦଳର ଷ୍ଟାର ପ୍ରଚାରକଙ୍କ ମାରାଥନ ପ୍ରଚାର ରାଜନୈତିକ ବାତାବରଣକୁ ବେଶ୍‌ ସରଗରମ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କ ପାଇଁ ଶୁକ୍ରବାର ବିଜେପୁର ନିର୍ବାଚନମଣ୍ଡଳୀକୁ ଦ୍ବିତୀୟଥର ପ୍ରଚାର ନିମିତ୍ତ ଅବତୀର୍ଣ୍ଣ ହୋଇଛନ୍ତି। ନିର୍ଦ୍ଧାରିତ ସମୟର ଏକ ଘଣ୍ଟା ବିଳମ୍ବରେ ଅର୍ଥାତ୍‌ ମଧ୍ୟାହ୍ନ ୧୨ଟାରେ କେନ୍ଦ୍ରମନ୍ତ୍ରୀ ସ୍ଥାନୀୟ ଉପରପଡ଼ାରେ ପହଞ୍ଚିଥିଲେ। ଏମ୍‌ପି ସୁରେଶ ପୁଜାରୀ, ବିରୋଧୀ ଦଳ ନେତା ପ୍ରଦୀପ ନାୟକ, ବିଧାୟକ ମୁକେଶ ମହାଲିଙ୍ଗ, ବିଧାୟକ ନାଉରୀ ନାୟକ, ପ୍ରାର୍ଥୀ ସନତ କୁମାର ଗଡତିୟା ପ୍ରମୁଖ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଓ ରାଜ୍ୟ ସଭାପତି ତଥା ଏମ୍‌ପି ବସନ୍ତ ପଣ୍ଡାଙ୍କୁ ପାଛୋଟି ନେଇଥିଲେ। ପରେ ସୁସଜ୍ଜିତ ଯାନରେ ଧର୍ମେନ୍ଦ୍ର ରୋଡ୍‌ ଶୋ’ରେ ପ୍ରଚାରକରି ଭୋଟ୍‌ ଭିକ୍ଷା କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଏହି ଦ୍ବିତୀୟଥର ପ୍ରଚାର ପାଇଁ କର୍ମୀ ଓ ନେତାମାନେ ବେଶ୍‌ ଉତ୍ସାହିତ ହୋଇପଡିଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri