ବିଜେପୁର ଉପନିର୍ବାଚନ: ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ ଗୁରୁବାର ଦୁଇ ଦିନିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲାଉମୁଣ୍ଡାରୁ ରୋଡ ଶୋ’ରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି। ହେଲିକପ୍ଟରରେ ଆସି ଦିନ ପ୍ରାୟ ୧୦ଟା ୪୨ ମିନିଟରେ ଲାଉମୁଣ୍ଡାର ଅସ୍ଥାୟୀ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଥିଲେ। ସେଠାରୁ ସ୍ବତନ୍ତ୍ର ବସ୍‌ ଯୋଗେ ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କରିବା ସହିତ ପଥପ୍ରାନ୍ତ ସଭାରେ ଉଦବୋଧନ ଦେଇଥିଲେ। ପ୍ରଚାର କାର୍ଯ୍ୟକ୍ରମରେ ପ୍ରାର୍ଥିନୀ ରୀତାଙ୍କ ସମେତ ମନ୍ତ୍ରୀ ଟୁକୁନୀ ସାହୁ, ପ୍ରଫୁଲ୍ଲ ମଲ୍ଲିକ, ଅରୁଣ ସାହୁ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସୁଶାନ୍ତ ସିଂ, ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ହଜାର ହଜାର ସମର୍ଥକଙ୍କ ସହିତ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri