ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍‌ ପ୍ରଚାର ଶେଷ ହୋଇଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ହେବ କଡା ପ୍ରତିଦ୍ୱନ୍ଦ୍ୱିତା। ଏହି ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ଏହି ନିର୍ବାଚନରେ ୨ ଲକ୍ଷ ୩୨ ହଜାର ୨୬୪ ଜଣ ମତଦାତା ୫ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରେ ୧ ଲକ୍ଷ ୨୦ ହଜାର ୧୩୫ ଜଣ ପୁରୁଷ ମତଦାତା ଥିବାବେଳେ ୧ ଲକ୍ଷ ୧୨ ହଜାର ୧୧୪ ମହିଳା ଓ ୧୫ ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି। ୨୮୫ଟି ବୁଥରେ ଭୋଟ ଗ୍ରହଣ କରାଯିବ । ଉକ୍ତ ନିର୍ବାଚନମଣ୍ଡଳୀରେ ୧୨୯ଟି ସମ୍ବେଦନଶୀଳ ଓ ୬ଟି ଅତି ସମ୍ବେଦନଶୀଳ ବୁଥ ରହିଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏସ.କେ. ଲୋହାନୀ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପରିଚାଳନା ପାଇଁ ୧ ହଜାର ୮୯୫ ଜଣ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ୩୨ ଜଣ ସେକ୍ଟର ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ୪୪୧ଟି ଯାନକୁ ନିୟୋଜିତ କରାଯାଇଛି। ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ୨୮ଟି ଓ୍ବେବ କାଷ୍ଟିଂ କରାଯିବାବେଳେ ୧୪ଟି ସିସିଟିଭି ଲଗାଯାଇଛି। ନିର୍ବାଚନ ପରିଚାଳନା ପାଇଁ ୭୭ଜଣ ମାଇକ୍ରୋ ଅବଜରଭର ନିୟୋଜିତ ହେବାକୁ ଥିବାବେଳେ ୧୬ଟି ସ୍ଥାନରେ ଭିଡିଓଗ୍ରାଫି କରାଯିବ। ଏହି ନିର୍ବାଚନମଣ୍ଡଳୀରେ ୨୭୫୦ ଭିନ୍ନକ୍ଷମ ମତଦାତାଙ୍କ ପାଇଁ ୨୮୫ଟି ହୁଇଲ ଚେୟାର ବ୍ୟବସ୍ଥା କରାଯାଇଛି। ୧୪୮ଟି ମତଦାନ କେନ୍ଦ୍ରକୁ ବ୍ରେଲ ବାଲଟ ପେପର ପଠାଯାଇଛି। ଏଥିପାଇଁ ୫୭୦ ଜଣ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

ଭୋଟ ଦେବାପାଇଁ ବିଭିନ୍ନ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ଆସନ୍ତା ୨୧ ତାରିଖ ଭୋଟଗ୍ରହଣ ଦିବସକୁ ରାଜ୍ୟ ସରକାର ସବୈତନିକ ଛୁଟି ଦିବସ ଭାବେ ଘୋଷଣା କରିଛନ୍ତି। ଉକ୍ତ ଦିନ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଶିଳ୍ପସଂସ୍ଥା, ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri