ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍‌ ପ୍ରଚାର ଶେଷ ହୋଇଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ହେବ କଡା ପ୍ରତିଦ୍ୱନ୍ଦ୍ୱିତା। ଏହି ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ଏହି ନିର୍ବାଚନରେ ୨ ଲକ୍ଷ ୩୨ ହଜାର ୨୬୪ ଜଣ ମତଦାତା ୫ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରେ ୧ ଲକ୍ଷ ୨୦ ହଜାର ୧୩୫ ଜଣ ପୁରୁଷ ମତଦାତା ଥିବାବେଳେ ୧ ଲକ୍ଷ ୧୨ ହଜାର ୧୧୪ ମହିଳା ଓ ୧୫ ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି। ୨୮୫ଟି ବୁଥରେ ଭୋଟ ଗ୍ରହଣ କରାଯିବ । ଉକ୍ତ ନିର୍ବାଚନମଣ୍ଡଳୀରେ ୧୨୯ଟି ସମ୍ବେଦନଶୀଳ ଓ ୬ଟି ଅତି ସମ୍ବେଦନଶୀଳ ବୁଥ ରହିଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏସ.କେ. ଲୋହାନୀ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପରିଚାଳନା ପାଇଁ ୧ ହଜାର ୮୯୫ ଜଣ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ୩୨ ଜଣ ସେକ୍ଟର ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ୪୪୧ଟି ଯାନକୁ ନିୟୋଜିତ କରାଯାଇଛି। ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ୨୮ଟି ଓ୍ବେବ କାଷ୍ଟିଂ କରାଯିବାବେଳେ ୧୪ଟି ସିସିଟିଭି ଲଗାଯାଇଛି। ନିର୍ବାଚନ ପରିଚାଳନା ପାଇଁ ୭୭ଜଣ ମାଇକ୍ରୋ ଅବଜରଭର ନିୟୋଜିତ ହେବାକୁ ଥିବାବେଳେ ୧୬ଟି ସ୍ଥାନରେ ଭିଡିଓଗ୍ରାଫି କରାଯିବ। ଏହି ନିର୍ବାଚନମଣ୍ଡଳୀରେ ୨୭୫୦ ଭିନ୍ନକ୍ଷମ ମତଦାତାଙ୍କ ପାଇଁ ୨୮୫ଟି ହୁଇଲ ଚେୟାର ବ୍ୟବସ୍ଥା କରାଯାଇଛି। ୧୪୮ଟି ମତଦାନ କେନ୍ଦ୍ରକୁ ବ୍ରେଲ ବାଲଟ ପେପର ପଠାଯାଇଛି। ଏଥିପାଇଁ ୫୭୦ ଜଣ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

ଭୋଟ ଦେବାପାଇଁ ବିଭିନ୍ନ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ଆସନ୍ତା ୨୧ ତାରିଖ ଭୋଟଗ୍ରହଣ ଦିବସକୁ ରାଜ୍ୟ ସରକାର ସବୈତନିକ ଛୁଟି ଦିବସ ଭାବେ ଘୋଷଣା କରିଛନ୍ତି। ଉକ୍ତ ଦିନ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଶିଳ୍ପସଂସ୍ଥା, ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri