ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ

ବିଜେପୁର,୭।୬(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ ନ ଥିବାବେଳେ ଶୁକ୍ରବାର ବିଜେପୁର ଥାନା ଅନ୍ତର୍ଗତ ଲାଉମୁଣ୍ଡା ଗ୍ରାମରେ ୩ଯୁବକ ଫାଙ୍କା ଗୁଳିଚାଳନା କରିବା ଘଟଣା ଅଞ୍ଚଳରେ ଆଲୋଡ଼ନ ଖେଳାଇ ଦେଇଛି। ପୋଲିସ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ତେବେ ବର୍ତ୍ତମାନ ସୁଦ୍ଧା ଗିରଫ ଅଭିଯୁକ୍ତଙ୍କ ପରିଚୟ ମିଳିପାରି ନ ଥିବାବେଳେ ସେମାନେ ବରଗଡ଼ ଅଞ୍ଚଳର ବୋଲି ଅନୁମାନ କରାଯାଉଛି। ସେମାନଙ୍କ ନିକଟରୁ ୨ଟି ମାଉଜର ଏବଂ ଏକ ସ୍କୁୁଟି(ଓଡି୧୭ଜି୨୨୧୮)କୁ ପୋଲିସ ଜବତ କରିଛି। ସର୍ବସମ୍ମୁଖରେ ଅଭିଯୁକ୍ତମାନଙ୍କୁ ଜେରା କରାଇବାକୁ ଦାବିକରି ଲାଉମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ସ୍ଥାନୀୟଲୋକେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ଅଭିଯୁକ୍ତଙ୍କୁ ବିଜେପୁର ଥାନାକୁ ନେଇ ଯାଇଥିଲା । ଏହାପରେ ପଦ୍ମପୁର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁଙ୍କୁ ଉତ୍ତ୍ୟକ୍ତ ଲୋକେ ଘେରିଯାଇ ପାଟିତୁଣ୍ଡ କରିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ପଚରାଉଚରା କରୁଛି। ମାତ୍ର କେଉଁ ଉଦ୍ଦେଶ୍ୟରେ ଅଭିଯୁକ୍ତମାନେ ଗୁଳିଚାଳନା କରିଛନ୍ତି ତାହା ଜଣାପଡ଼ି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri