ବିଜ୍ଞାନ ସମ୍ବନ୍ଧୀୟ ଚଳଚ୍ଚିତ୍ର ଦେଖିଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୬।୧୧(ବ୍ୟୁରୋ):ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ବିଜ୍ଞାନ ଚଳଚ୍ଚିତ୍ର ଉତ୍ସବ। ପ୍ରତିଦିନ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବିଜ୍ଞାନ ସମ୍ବନ୍ଧୀୟ ଦୁଇଟି କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହେବ। ଭୁବନେଶ୍ୱର ଓ କଟକର ବିଭିନ୍ନ ସ୍କୁଲ ଓ କଲେଜର ମୋଟ ୧୦୦ ଛାତ୍ରୀଛାତ୍ର ପ୍ରତିଦିନ ଏହି ଫିଲ୍ମ ଦେଖିବାର ସୁଯୋଗ ପାଇବେ। ‘ଏଲିଫାଣ୍ଟ: ଆଷ୍ଟ୍ରୋନଟ୍‌’ ଫିଲ୍ମରୁ ଆରମ୍ଭ ହୋଇଥିଲା ଏହି ବିଜ୍ଞାନ ଚଳଚ୍ଚିତ୍ର ଉତ୍ସବ। ଏହି ଚଳଚ୍ଚିତ୍ରରେ ମହାକାଶଚାରୀଙ୍କ ସହ ଏକ କଣ୍ଢେଇ ହାତୀ ମହାକାଶକୁ ଯାତ୍ରା କରିଥିଲା, ଯାହା ପିଲାଙ୍କୁ ଅଧିକ ଆକୃଷ୍ଟ କରିିଥିଲା। ୫ରୁ ୮ବର୍ଷର ପିଲାମାନେ ଏହି ଚଳଚ୍ଚିତ୍ର ଦେଖିଥିଲେ। ଏହାପରେ ୫୪ମିନିଟ୍‌ର ଚଳଚ୍ଚିତ୍ର ‘ନୋଭା ଓ୍ବଣ୍ଡର୍ସ: କ୍ୟାନ୍‌ ଉଇ ମେକ୍‌ ଲାଇଫ୍‌?’ ପ୍ରଦର୍ଶିତ ହୋଇଥିଲା। ଏହାକୁ ୧୨ରୁ ୧୬ବର୍ଷ ବୟସର ପିଲାମାନେ ଦେଖିଥିଲେ। ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ଏହି ବିଜ୍ଞାନ ଚଳଚ୍ଚିତ୍ର ଉତ୍ସବ ଚାଲିବ। ବୁଧବାର ଦିନ ୯ରୁ ୧୧ବର୍ଷ ବୟସର ପିଲାମାନଙ୍କ ପାଇଁ ୧୧ମିନିଟ୍‌ର ‘ଫ୍ୟୁଚର ଓ୍ବିଦ୍‌ଆଉଟ୍‌ ପ୍ଲାଷ୍ଟିକ୍‌’, ୧୭ବର୍ଷରୁ ଊର୍ଦ୍ଧ୍ୱ ବୟସର ପିଲାମାନଙ୍କ ପାଇଁ ୫୨ମିନିଟ୍‌ର ‘ଗ୍ରୀନ୍‌ ଓ୍ବାରିୟର୍ସ: ସାଉଥ୍‌ ଆଫ୍ରିକା, ଟକ୍ସିକ୍‌ ଟାଉନ୍‌ଶିପ୍‌ସ’ ପ୍ରଦର୍ଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri