ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା ସଦସ୍ୟା ଥିଲେ। ତାଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି। ଏହି ଅବସରରେ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ସମାଜ ପାଇଁ ସେ ନିଜକୁ ଉତ୍ସର୍ଗୀକୃତ କରିଥିଲେ। ଜନସଂଘ ବିଚାରଧାରା ରଖି ସେ କାର୍ଯ୍ୟ କରୁଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସମୟରେ ଲାଗିଥିବା ଆପତ୍‌କାଳୀନ ପରିସ୍ଥିତିରେ ସେ କଂଗ୍ରେସର କଳା ଆଇନକୁ ବିରୋଧ କରିଥିଲେ। ତାଙ୍କ ନିଃସ୍ବାର୍ଥପରତା, ତ୍ୟାଗ, ବଳୀଦାନ ଭାଜପା ପାଇଁ ଅବିସ୍ମରଣୀୟ ହୋଇ ରହିବ ବୋଲି ପ୍ରଭାତୀ କହିଛନ୍ତି। ତାଙ୍କ ବିଚାରଧାରାକୁ ନେଇ କାର୍ଯ୍ୟକରିବା ପାଇଁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri