ବିଜୟାଲକ୍ଷ୍ମୀ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ରକ୍ତଭିଜା କାଠଫାଳିଆ ଜବତ

ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ, କୋଦଳା ଓ ବେଗୁନିଆପଡା ଥାନା ଅଧିକାରୀ ଉପସ୍ଥିତ ରହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୩୧ ମାର୍ଚ୍ଚ ୨୦୧୯ରେ ବୁରୁଝରି ଗ୍ରାମର ବିଶ୍ୱନାଥ ନାୟକଙ୍କ ସ୍ତ୍ରୀ ବିଜୟାଲକ୍ଷ୍ମୀ ନାୟକ (୨୮) ଘରେ ଏକୁଟିଆ ଥିଲେ। ଗ୍ରାମର ବିନାୟକ ସାହୁ (୨୬) ନାମକ ଜଣେ ଯୁବକ ମହିଳାଙ୍କୁ ହତ୍ୟା କରି ଫେରାର ହୋଇଯାଇଥିଲେ। ପରଦିନ ମହିଳାଙ୍କ ଦେଢଶୂର ନିରଞ୍ଜନ ନାୟକ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ଆରମ୍ଭ କରିବା ସହ ବିନାୟକକୁ ସନ୍ଦେହରେ ଥାନାକୁ ନେଇ ଜେରା କରି ଛାଡ଼ିଥିଲା। ତଥାପି ତାଙ୍କ ଉପରେ ନଜର ରହିଥିଲା। ଇତିମଧ୍ୟରେ ପ୍ରୋବେସନରେ ଆସିଥିବା ଆଇପିଏସ୍‌ ଅଧିକାରୀ ଅବିନାଶ ସିଂ ବୁରୁଝରି ଆସିବା ପରେ ସର୍‌ଜମିନ ତଦନ୍ତ କରି ଫେରିବା ସହ କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି ଓ ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପୁଣି ବିନାୟକଙ୍କୁ ନେଇ ତଦନ୍ତକୁ ଆଗେଇ ଥିଲେ। ବିନାୟକ ଉକ୍ତ ମହିଳାଙ୍କୁ ହତ୍ୟା କରିଛି ବୋଲି ମାନିଥିଲା। ପରେ ତାଙ୍କୁ ଗିରଫ କରି କୋଦଳା ଥାନା କେସ୍‌ ନଂ.୭୮/୧୯ରେ କୋର୍ଟ ଚାଲାଣ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତଭିଜା କାଠ ଫାଳିଆ ଓ ରୁମାଲକୁ ପୋଲିସ ଜବତ କରିଛି। ହତ୍ୟାକାଣ୍ଡର କାରଣ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଥିବାନେଇ ଖବରଦାତାଙ୍କ ପ୍ରଶ୍ନକୁ ତଦନ୍ତରେ ବ୍ୟାଘାତ ସୃଷ୍ଟି ହେବା ଆଶଙ୍କାରେ ଏସଡିପିଓ ସୀମା ସ୍ବାଇଁ ଅଧିକ କିଛି କହିବାକୁ ମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri