ବିଜୟୀ ଖୋଖୋ ଦଳକୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ,୧୦।୧୦- ଝାଡ଼ଖଣ୍ଡ ରାଜ୍ୟର ରାଜଧାନୀ ରାଞ୍ଚତ୍ଠାରେ ଗତ ୨ ତାରିଖଠାରୁ ୬ ତାରିଖ ପଯର୍‌ୟନ୍ତ ଜାତୀୟ ସବ୍‌ ଜୁନିୟର ଖୋଖୋ (ବାଳିକା ଓ ବାଳକ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଓଡ଼ିଶା ବାଳିକା ଦଳ ଦୀର୍ଘ ୨୯ ବର୍ଷ ପରେ ଶକ୍ତିଶାଳୀ ମହାରଷ୍ଟ୍ରକୁ ହରାଇ ଚାମ୍ପିୟନ ଓ ବାଳକ ବିଭାଗ ମହାରଷ୍ଟ୍ରଠାରୁ ହାରି ରନର୍ସଅପ୍‌ ହୋଇଥିଲେ। କୁମାରୀ ଅନନ୍ୟା ପ୍ରଧାନ ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହୋଇଥିଲେ। ବିଜୟୀ ଓଡ଼ିଶା ଖୋଖୋ ଦଳ ରାଞ୍ଚତ୍ରୁ ବାଲେଶ୍ୱର ଦେଇ ନୀଳାଚଳ ଏକ୍ସପ୍ରେସ୍‌ରେ ଭୁବନେଶ୍ୱର ଅଭିମୁଖେ ଫେରୁଥିବା ସମୟରେ ବୁଧବାର ପୂବର୍ର୍ାହ୍ନରେ ବାଲେଶ୍ୱର ରେଳଷ୍ଟେଶନଠାରେ ଜିଲା କ୍ରୀଡ଼ାସଂଘ ତରଫରୁ ଉଭୟ ବାଳିକା ଓ ବାଳକ ଦଳକୁ ଫୁଲମାଳ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଜିଲା କ୍ରୀଡ଼ା ସଂଘର ବହୁ କର୍ମକର୍ତ୍ତା ଉପସ୍ଥିତ ରହି ବିଜୟୀ ଦଳକୁ ସମ୍ବର୍ଦ୍ଧନା ଜଣାଇ ସେମାନଙ୍କ ଶୁଭକାମନା କରିଥିଲେ। ଜିଲା କ୍ରୀଡ଼ାସଂଘର ଖୋଖୋ ଯୁଗ୍ମ ସମ୍ପାଦକ ତଥା ଓଡ଼ିଶା ଖୋଖୋ ଆସୋସିଏଶନର ସହସମ୍ପାଦକ କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ସମେତ ଉପସଭାପତି ହରମୋହନ ଦାଶ, ବୀରେନ୍ଦ୍ର ସ୍ବାଇଁ, ଯୁଗ୍ମ ସମ୍ପାଦକ ଜଗଦୀଶ ବେହେରା, ନିମାଇଁ ଚରଣ ରାଉତରାୟ ଏବଂ ପ୍ରଦୀପ ଦାସ, ସାଦିକ ଅଲ୍ଲି ଖାଁ, ଚିତ୍ତରଞ୍ଜନ ପାସା, ସୁବିର କୁମାର ନାୟକ, ଜିଲା କ୍ରୀଡ଼ା ସଂଘର ସାଧାରଣ ସମ୍ପାଦକ ଅଭୟ ମହାପାତ୍ର, ଓଡ଼ିଶା ଖୋଖୋ କୋଚ୍‌ ମଳୟ ରଞ୍ଜନ ବେହେରା, ଜାତୀୟ ଖୋଖୋ କୋଚ୍‌ ପ୍ରୀତିରଞ୍ଜନ ପ୍ରଧାନ ଏବଂ ବହୁ ଖେଳାଳି ଉପସ୍ଥିତ ଥିଲେ। ଉଲ୍ଲେଖନୀୟ ଯେ, ଓଡ଼ିଶା ଖୋଖୋ ଦଳରେ ବାଲେଶ୍ୱରରୁ ୩ ଜଣ ପପୁ ମାରାଣ୍ଡି, ସୁନୀଲ ପାତ୍ର, ବସନ୍ତ ମୁଖୀ ଏବଂ ଦେବସ୍ମିତା ତରେଇ ସାମିଲ୍‌ ଅଛନ୍ତି ା ଏମାନଙ୍କ ମଧ୍ୟରୁ ବସନ୍ତକୁ ବାଦ୍‌ ଦେଲେ ଅନ୍ୟ ୩ଜଣଙ୍କୁ ରାଜ୍ୟ ତରଫରୁ ଖେଲୋ ଇଣ୍ଡିଆ ପାଇଁ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri