Posted inଖେଳ

ବିଜୟ ଦ୍ୱାରରେ ଭାରତ ଏ’

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ),୨୭।୭(ପି.ଟି.)- ବାମହାତୀ ସ୍ପିନର ଶାହାବାଜ ନଦିମ ଦ୍ୱିତୀୟ ଥର ୫ ଉଇକେଟ ହାତେଇବା ଯୋଗୁ ଓ୍ବେଷ୍ଟଇଣ୍ଡିଜ ଏ’ ବିପକ୍ଷ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ ଏ’ ଦଳ ବିଜୟ ଦ୍ୱାରଦେଶରେ ରହିଛି। ପ୍ରଥମ ଇନିଂସରେ ଓ୍ବେଷ୍ଟଇଣ୍ଡିଜ ୨୨୮ ରନ୍‌ କରିଥିବାବେଳେ ଭାରତ ଏ’ ୩୧୨ ରନ୍‌ କରିଥିଲା। ୮୪ ରନ୍‌ରେ ପଛୁଆ ଥିବା ଘରୋଇ ଦଳ ଦ୍ୱିତୀୟ ଇନିଂସ ୧୮୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଫଳରେ ୯୭ ରନ୍‌ର ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା ଭାରତ ଏ’ ଦିବସ ଶେଷ ପର୍ଯ୍ୟନ୍ତ ଏକ ଉଇକେଟ ହରାଇ ୨୯ ରନ୍‌ କରିଛି।
ଭାରତ ଏ’ ଶନିବାର ୨୯୯/୮ରୁ ବ୍ୟାଟିଂ ଆରମ୍ଭକରି ବଳକା ଦୁଇ ଉଇକେଟରେ ଦଳୀୟ ସ୍କୋରରେ ମାତ୍ର ୧୩ ରନ୍‌ ଯୋଡ଼ିଥିଲା। ରିଦ୍ଦିମାନ ଶାହ(୬୬) ଅନ୍ତିମ ବ୍ୟାଟ୍ସମ୍ୟାନ ଭାବେ ଆଉଟ୍‌ ହୋଇଥିଲା। ୮୪ ରନ୍‌ ପଛୁଆ ଥାଇ ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରିଥିବା ଓ୍ବେଷ୍ଟଇଣ୍ଡିଜ ଏ’ ଏକଦା ୩ ଉଇକେଟ ହରାଇ ୧୩୦ ରନ୍‌ କରିଥିଲା। ଏହାପରେ ଭାରତୀୟ ବୋଲର ନଦିମ ଓ ମହମ୍ମଦ ସିରାଜଙ୍କୁ କୌଣସି ବ୍ୟାଟ୍ସମ୍ୟାନ ଖେଳିପାରି ନ ଥିଲେ। ଫଳରେ ଦଳ ମାତ୍ର ୧୮୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଘରୋଇ ଦଳ ଲାଗି ଅଧିନାୟକ ସମରା ବ୍ରୁକ୍ସ ୫୩ ଓ ରୋଷ୍ଟନ ଚେଜ ୩୨ ରନ୍‌ କରିଥିଲେ। ନଦିମ ୫ ଓ ମହମ୍ମଦ ସିରାଜ ୩ ଉଇକେଟ ହାତେଇଥିଲେ। ଫଳରେ ଭାରତୀୟ ଦଳ ଆଗରେ ୯୭ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଭାରତ ଏ’ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂକରି ଏକ ଉଇକେଟ ହରାଇ ୨୯ ରନ୍‌ କରିଛି। ଅଭିମନ୍ୟୁ ଈଶ୍ୱରନ ୨୩ ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri