ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି, ୨୭।୪ (ଡି.ଏନ.ଏ.) – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ପାଇଁ ଜନସମର୍ଥନ ଲୋଡ଼ିଛନ୍ତି ା ଏହି ଅବସରରେ ପୀରହାଟରେ ବିଜୟ ସଙ୍କଳ୍ପ ସମାବେଶ ଓ ଭଦ୍ରକରେ ରୋଡ୍‌ ଶୋ’ ଅନୁଷ୍ଠିତ ହୋଇଥିଲା ା ଏଥିରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ ରାଜ୍ୟ ସରକାର ମିଛରେ ବିଭିନ୍ନ ଯୋଜନା ନଁା କହି ବାହାବା ନେଉଛନ୍ତି । ଏଠାରେ ଡବଲ୍‌ ଇଞ୍ଜିନ ସରକାରର ଆବଶ୍ୟକତା ରହିଛି ା ଏଥିପାଇଁ ଦଳୀୟ ବିଧାୟକ ଓ ଲୋକ ସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ସେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ା

ଲଙ୍କେଶ୍ୱରୀ ମଣ୍ଡଳ ସଭାପତି ଶଶୀକାନ୍ତ ବିଶ୍ୱାଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ନିଶ୍ଚିତ ଗଠିତ ହେବ। ସରକାର ଗଠନର ୩ ମାସ ମଧ୍ୟରେ ଖଣି ଓ ଚିଟ୍‌ଫଣ୍ଡ ଚୋର, ପିସି ଖିଆମାନଙ୍କୁ ଜେଲ ପଠାଯିବ।  ଏମ୍‌ପି ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ବରିଷ୍ଠ ନେତା ପ୍ରତାପ ଧଳ, ରଘୁନାଥପାଲି ବିଧାୟକ ପ୍ରାର୍ଥୀ ଯୋଗେନ୍ଦ୍ର ବେହେରା, ସୁନ୍ଦରଗଡ଼ ଜିଲା ପାନପୋଷର ସାଙ୍ଗଠନିକ ଜିଲା ସମ୍ପାଦକ ଅମରେନ୍ଦ୍ର ଶର୍ମା, ରାଜ୍ୟ ସମ୍ପାଦକ ଧୀରେନ ସେନାପତି, ସଂଗ୍ରାମ ସେନା ଅଧ୍ୟକ୍ଷ ସଂଗ୍ରାମ ରାଉତ, ପୂର୍ବତନ ସରପଞ୍ଚ ରାଜାରାମ ମହାକୁଡ଼ ଓ ପ୍ରଫୁଲ୍ଲ ପାଢ଼ୀ, ପୂର୍ବତନ ସମିତିସଭ୍ୟ ମାନସ ରଞ୍ଜନ ନାୟକ,  ଆରଡି ଜୋନ୍‌ ସଭାନେତ୍ରୀ ସସ୍ମିତା ନାୟକ, ମୁକ୍ତିକାନ୍ତ ନାୟକ, ମଙ୍ଗରାଜ ନାୟକ, ସଂଗ୍ରାମ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଏହାପରେ ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀଠାରେ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗ ଦେଇ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସ୍ବଚ୍ଛ ଭାରତ ଓ ଆୟୁଷ୍ମାନ ଯୋଜନା କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିବା କହିଥିଲେ ା  ୧୯ବର୍ଷ ଧରି ରାଜ୍ୟ ସରକାର ବହୁ ଦୁର୍ନୀତିରେ ବୁଡ଼ି ରହିଛନ୍ତି। ରତ୍ନଭଣ୍ଡାରର ଚାବି ହଜାଇ ରାଜ୍ୟ ସରକାର ଓଡ଼ିଶାବାସୀଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି। ସ୍ଥିର ସରକାର ଗଠନ ପାଇଁ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ଓ ବିଧାନସଭା ପ୍ରାର୍ଥୀ ମାଧବାନନ୍ଦଙ୍କୁ ଭୋଟ ଦେବାକୁ ସେ ଅନୁରୋଧ କରିଥିଲେ। ଭାଜପା କ୍ଷମତାକୁ ଆସିଲେ ବିନା ସୁଧରେ କୃଷକଙ୍କୁ ଋଣ ଓ ମେଧାବୀ ଛାତ୍ରୀଙ୍କୁ ସ୍କୁଟି ପ୍ରଦାନ କରାଯିବ ବୋଲି ସେ କହିଥିଲେ।

ଉକ୍ତ ସଭାରେ ଇଂ. ନିରଦ କୁମାର ଦାସ ସଭାପତିତ୍ୱ କରିଥିଲେ। ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ, ବିଧାନସଭା ପ୍ରାର୍ଥୀ ମାଧବାନନ୍ଦ, ଜିଲା ଉପସଭାପତି ଅଶୋକ କୁମାର ସାହୁ, ପ୍ରଭାରୀ ଅମ୍ବିକା ପ୍ରସନ୍ନ ଦାସ, ମଣ୍ଡଳ ସଭାପତି ଗିରିଜା ଶଙ୍କର ନାୟକ, ପୂର୍ବତନ ବିଧାୟକ ମଧୁସୂଦନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ପରେ ସ୍ଥାନୀୟ ମହତାବ ଛକଠାରୁ ରୋଡ୍‌ ଶୋ ଆରମ୍ଭ ହୋଇ ସହର ପରିକ୍ରମା କରିଥିଲା। ଓଟି ମାର୍କେଟ୍‌ ସମେତ ସହରର ବିଭିନ୍ନ ଛକରେ ପଥପ୍ରାନ୍ତ ସଭାରେ ଧର୍ମେନ୍ଦ୍ର ଉଦ୍‌ବୋଧନ ଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ ା

 


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri