ବିଜୟ ସଂକଳ୍ପ ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର

କଣିହାଁ/ ଛେଣ୍ଡିପଦା/ ଭୁବନ/ ପରଜଙ୍ଗ, ୧୯।୪ (ଡି.ଏନ୍‌.ଏ.)- ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ଠକିଛନ୍ତି। ଏହି ଯୋଜନାକୁ ବନ୍ଦ କରିବା ପାଇଁ ଭାଜପା ଉଦ୍ୟମ କରୁଥିବା ମିଛ ପ୍ରଚାର କରୁଛନ୍ତି। ଗରିବ ଲୋକଙ୍କୁ ପ୍ରଦାନ କରାଯାଉଥିବା ୧ ଟଙ୍କିଆ ଚାଉଳ ବାବଦରେ କେନ୍ଦ୍ରର ମୋଦି ସରକାର ୨ ଟଙ୍କା ଓ ହିତାଧିକାରୀ ୧ ଟଙ୍କା ଦେଉଥିବାବେଳେ ନବୀନ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ରାଜ୍ୟବାସୀଙ୍କୁ ଭୂଅଁା ବୁଲାଉଛନ୍ତି। ଅନୁଗୋଳ-ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅନୁଷ୍ଠିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ ରାଜ୍ୟ ସରକାରଙ୍କ ଉପରେ ଏପରି ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅନୁଗୋଳ ଜିଲା କଣିହଁା ବ୍ଲକ ରେଙ୍ଗାଳି ପ୍ରକଳ୍ପ ଅପେରା ପଡ଼ିଆଠାରେ ଭାଜପାର ବିଜୟ ସଂକଳ୍ପ ସଭା ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ଯୋଗଦେଇ ନବୀନ ସରକାରଙ୍କୁ ତୀବ୍ର ସମାଲୋଚନା କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ କହିଥିଲେ। ସେ କହିଥିଲେ, କେନ୍ଦ୍ରର ମୋଦି ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୦ ଲକ୍ଷ ଗୃହ ରାଜ୍ୟକୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷ ଶୌଚାଳୟ, ଉଜ୍ଜଳା ଯୋଜନାରେ ମାଗଣା ଗ୍ୟାସ୍‌, ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ପ୍ରଥମ କିସ୍ତି ଦୁଇ ହଜାର ଟଙ୍କା ଚାଷୀମାନଙ୍କୁ ଦେଇଛନ୍ତି। କିନ୍ତୁ ବିଜେଡି ସରକାର ରାଜ୍ୟବାସୀଙ୍କୁ ମିଥ୍ୟା ବିକାଶର ଚିତ୍ର ଦେଖାଇ ଭୂଆଁ ବୁଲାଉଛନ୍ତି। ଜିଲା ଖଣିଜ ପାଣ୍ଠିର ଅର୍ଥ ଲୋକଙ୍କ ପାଇଁ ଖର୍ଚ୍ଚ କରିପାରୁନାହାନ୍ତି। ଏପରି ଅପାରଗ ସରକାର ବଦଳରେ ରାଜ୍ୟର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ଆସିବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ଏଥିସହ ମଞ୍ଚରେ ଉପସ୍ଥିତ ଥିବା ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଓ ପାଲଲହଡ଼ା ବିଧାନସଭା ପ୍ରାର୍ଥୀ ଅଶୋକ ମହାନ୍ତିଙ୍କୁ ବିଜୟୀ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ସେହିପରି ଛେଣ୍ଡିପଦା ବ୍ଲକ ସଦରମହକୁମାର ଜଗନ୍ନାଥ ମନ୍ଦିର ସମ୍ମୁଖ ପଡିଆଠାରେ ଅନୁଷ୍ଠିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗଦେଇ ଚିଟ୍‌ଫଣ୍ଡ, ଖଣି ଦୁର୍ନୀତି, ବ୍ରହ୍ମ ବିଭ୍ରାଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିବା ସହ ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଗସ୍ତି ବେହେରା ଓ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ନିତିଶ ଗଙ୍ଗଦେବଙ୍କୁ ଜିତାଇବାକୁ ଅନୁରୋଧ କରିଥିଲେ। ସେହିପରି ଢେଙ୍କାନାଳ ଜିଲା କାମାକ୍ଷାନଗର ନିର୍ବାଚନମଣ୍ଡଳୀର ଭୁବନଠାରେ ବିଜୟ ସଂକଳ୍ପ ସଭାରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଏସିଆ ମହାଦେଶର ବଡଗାଁ ତଥା ଏହି ମାଟିରେ ଜନ୍ମ ନେଇଥିବା ସର୍ବ କନିଷ୍ଠ ବୀର ବାଜି ରାଉତଙ୍କ ଗ୍ରାମ ଭୁବନ ପ୍ରତି ଘୋର ଅବହେଳା କରାଯାଇଥିବା କହିଥିଲେ। ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଓ କାମାକ୍ଷାନଗର ବିଧାନସଭା ପ୍ରାର୍ଥୀ ଶତ୍ରୁଘ୍ନ ଜେନାଙ୍କୁ ନିର୍ବାଚନରେ ବିଜୟୀ କଲେ ଜିଲା ଏବଂ ଅଞ୍ଚଳର ବିକାଶ ହୋଇପାରିବ ବୋଲି ଧର୍ମେନ୍ଦ୍ର ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?