Posted inଖେଳ

ବିଜୟ ସ୍ବାଦ ଚାଖିଲା ନ୍ୟୁଜିଲାଣ୍ଡ

ହାମିଲଟନ, ୫।୨- କ୍ରମାଗତ ୫ ଟି୨୦ ମ୍ୟାଚ୍‌ରେ ପରାଜୟ ବରଣ କରିବା ପରେ ନ୍ୟୁଜିଲାଣ୍ଡ ଭାରତ ବିପକ୍ଷରେ ପ୍ରଥମ ଥର ବିଜୟ ସ୍ବାଦ ଚାଖିଛି। ବୁଧବାର ସେଡନ ପାର୍କଠାରେ ଅନୁଷ୍ଠିତ ଏକ ହାଇ ସ୍କୋରିଂ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ ଟିମ୍‌ ଇଣ୍ଡିଆକୁ ପରାସ୍ତ କରିଛି। ବିଜୟ ସହ ନ୍ୟୁଜିଲାଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି। ମ୍ୟାଚ୍‌ରେ ବିଜୟୀ ଦଳ ପାଇଁ ଅପରାଜିତ ଶତକୀୟ ପାଳି ଖେଳିଥିବା ରସ ଟେଲରଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ଶ୍ରେୟାସ ଆୟାରଙ୍କ ଶତକ ବଳରେ ୪ ଉଇକେଟ ହରାଇ ୩୪୭ ରନ୍‌ କରିଥିଲା। ଦଳ ପାଇଁ ଆୟାର ୧୦୩, ଲୋକେଶ ରାହୁଲ ୮୮* ଓ ଅଧିନାୟକ ବିରାଟ କୋହଲି ୫୧ ରନ୍‌ କରିଥିଲେ। ଘରୋଇ ଦଳ ପକ୍ଷରୁ ଟିମ ସୌଦି ୨ ଉଇକେଟ ହାତେଇଥିଲେ। ଜବାବରେ ଟେଲର ଅପରାଜିତ ଶତକ, ଅଧିନୟକ ଟମ ଲଥାମ ଓ ହେନ୍‌ରୀ ନିକୋଲାସଙ୍କ ଅର୍ଦ୍ଧଶତକ ଯୋଗୁ ନ୍ୟୁଜିଲାଣ୍ଡ ୪୮.୧ ଓଭରରେ ୬ ଉଇକେଟ ହରାଇ ବିଜୟଲକ୍ଷ୍ୟ ୩୪୮ ରନ୍‌ ହାସଲ କରିନେଇଥିଲା। ଦଳ ଲାଗି ଟେଲର ସର୍ବାଧିକ ୧୦୯*, ନିକୋଲାସ ୭୮ ଓ ଅଧିନାୟକ ଲଥାମ ୬୯ ରନ୍‌ କରିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ କୁଲଦୀପ ଯାଦବ ୨ ଉଇକେଟ ହାସଲ କରିଥିବାବେଳେ ମହମ୍ମଦ ଶାମି ଓ ଶାର୍ଦ୍ଦୁଳ ଠାକୁର ଗୋଟିଏ ଲେଖାଏ ଉଇକେଟ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri