Posted inଖେଳ

ବିଜୟ ହଜାରେ ଟ୍ରଫି: କର୍ନାଟକ-ତାମିଲନାଡ଼ୁ ଫାଇନାଲ

ବେଙ୍ଗାଲୁରୁ, ୨୩।୧୦ (ପି.ଟି.):  କର୍ନାଟକ ଓ ତାମିଲନାଡ଼ୁ ମଧ୍ୟରେ ବିଜୟ ହଜାରେ ଟ୍ରଫି ଅଷ୍ଟାଦଶ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଖେଳାଯିବ। ବୁଧବାର ଖେଳାଯାଇଥିବା ଉଭୟ ସେମିଫାଇନାଲରେ କର୍ନାଟକ ଓ ତାମିଲନାଡ଼ୁ ଯଥାକ୍ରମେ ଛତିଶଗଡ଼ ଓ ଗୁଜରାଟକୁ ପରାସ୍ତ କରି ଟ୍ରଫି ଲଢ଼େଇକୁ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି। ଆସନ୍ତା ଶୁକ୍ରବାର ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍‌ ଖେଳାଯିବ।

ସେମିଫାଇନାଲରେ ଛତିଶଗଡ଼କୁ ୯ ଉଇକେଟ୍‌ର ବୃହତ୍‌ ବ୍ୟବଧାନରେ ପରାସ୍ତ କରି କର୍ନାଟକ ବିଜୟ ଟ୍ରଫି ଇତିହାସରେ ୪ର୍ଥ ଥର ଲାଗି ଫାଇନାଲରେ ସ୍ଥାନ ପକ୍କା କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଛତିଶଗଡ଼ ଅମନଦୀପ୍‌ ଖାରେ (୭୮), ସୁମିତ୍‌ ରୁଇକର (୪୦) ଓ ଅଧିନାୟକ ହର୍‌ପ୍ରୀତ୍‌ ସିଂ (୨୫)ଙ୍କ ଉପଯୋଗୀ ବ୍ୟାଟିଂ ବଳରେ ୪୯.୪ ଓଭରରେ ୨୨୩ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଘରୋଇ କର୍ନାଟକ ଦଳର ଭି. କୌଶିକ ୪ ଏବଂ ଅଭିମନ୍ୟୁ ମିଥୁନ, କ୍ରିଷ୍ଣାପ୍ପା ଗୋଥାମ ଓ ପ୍ରବୀଣ ଦୁବେ ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ କର୍ନାଟକ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ (ଅପରାଜିତ ୮୮ ରନ, ୧୧୧ ବଲ୍‌, ୬ ଚୌକା, ୧ ଛକା) ଓ ସାଥୀ ଓପନିଂ ବ୍ୟାଟ୍ସମ୍ୟାନ ଦେବଦୁତ୍ତ ପାଡିକ୍କଲ (୯୨ ରନ, ୯୮ ବଲ)ଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ୪୦ ଓଭରରେ ଗୋଟିଏ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ମୟଙ୍କ ଅଗ୍ରଓ୍ବାଲ ୪୭ ରନ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ।

ଷଷ୍ଠ ଥର ପାଇଁ ଫାଇନାଲରେ ତାମିଲନାଡ଼ୁ –
ସେହିଭଳି ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ସେମିଫାଇନାଲରେ ତାମିଲନାଡ଼ୁ ୫ ଉଇକେଟ୍‌ରେ ଗୁଜରାଟକୁ ମାତ୍‌ ଦେଇଛି। ଏଥିସହ ଦୀନେଶ କାର୍ତ୍ତିକଙ୍କ ନେତୃତ୍ୱାଧୀନ ତାମିଲନାଡ଼ୁ ୬ଷ୍ଠ ଥର ପାଇଁ ଏହି ସମ୍ମାନଜନକ ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚତ୍ଛି। ବର୍ଷା ଯୋଗୁ ମ୍ୟାଚ୍‌କୁ ୪୦ ଓଭର ବିଶିଷ୍ଟ କରାଯାଇଥିଲା। ଗୁଜରାଟ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ୍‌ରେ ୧୭୭ ରନ କରିଥିଲା। ଧ୍ରୁବ ରାଭାଲ ୪୦, ଅକ୍ଷର ପଟେଲ ୩୭, ଚିନ୍ତନ ଗାଜା ୨୪* ଓ ଅଧିନାୟକ ପାର୍ଥତ୍ବ ପଟେଲ ୧୩ ରନ କରିଥିଲେ। ଜବାବରେ ତାମିଲନାଡ଼ୁ ଶାହରୁଖ ଖାଁ (୫୬*), ଦୀନେଶ କାର୍ତ୍ତିକ (୪୭), ଅଭିନବ ମୁକୁନ୍ଦ (୩୨) ଓ ଓ୍ବାଶିଂଟନ ସୁନ୍ଦର (୨୭*)ଙ୍କ ଉପଯୋଗୀ ବ୍ୟାଟିଂ ବଳରେ ୫ ଉଇକେଟ୍‌ ଓ ଗୋଟିଏ ଉଇକେଟ୍‌ ହାତରେ ଥାଇ ଲକ୍ଷ୍ୟ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri