Posted inଖେଳ

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ ମୁକୁନ୍ଦ, କାର୍ତ୍ତିକ

ଜୟପୁର, ୨୪।୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ମଙ୍ଗଳବାରଠାରୁ ଘରୋଇ ଏକଦିବସୀୟ କ୍ରିକେଟ୍‌ ପ୍ରତିଯୋଗିତା ଦେଶର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଜୟପୁରର ସବାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ତାମିଲନାଡ଼ୁ ୬ ଉଇକେଟ୍‌ରେ ଘରୋଇ ରାଜସ୍ଥାନକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ଅର୍ଜିତ ଗୁପ୍ତା (୭୭ ରନ) ଓ ରାହୁଲ ଚହର (୪୮)ଙ୍କ ଉପଯୋଗୀ ଇନିଂସ ବଳରେ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୨୬୧ ରନ କରିଥିଲା। ଜବାବରେ ତାମିଲନାଡ଼ୁ ଓପନର୍‌ ଅଭିନବ ମୁକୁନ୍ଦ (୭୫), ବାବା ଅପରାଜିତ (୫୨) ଓ ଅଧିନାୟକ ତଥା ଭେଟେରାନ ଉଇକେଟ୍‌କିପର ଦୀନେଶ କାର୍ତ୍ତିକ (୫୨*)ଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ୪୮ ଓଭରରେ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଶାହରୁଖ ଖାଁ ମଧ୍ୟ ୩୯ ବଲରୁ ୪୮ ରନ କରି ଅପରାଜିତ ରହିଥିଲେ। ବିଜୟ ସହ ତାମିଲନାଡ଼ୁ ସମ୍ପୂର୍ଣ୍ଣ ୪ ପଏଣ୍ଟ ହାସଲ କରିଛି।

ଗ୍ରୁପ୍‌-ସି’ର ଅନ୍ୟ ଏକ ମ୍ୟାଚ୍‌ରେ ତ୍ରିପୁରା ୨ ଉଇକେଟ୍‌ରେ ଜମ୍ମୁ ଓ କଶ୍ମୀରଙ୍କୁ ପରାସ୍ତ କରିଛି। ଜମ୍ମୁ ଓ କଶ୍ମୀର ପକ୍ଷରୁ ଧାର୍ଯ୍ୟ ୧୯୮ ରନର ଲକ୍ଷ୍ୟକୁ ତ୍ରିପୁରା ଓପନର୍‌ ବିଶାଳ ଘୋଷ (୬୨) ଓ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମିଲିନ୍ଦ କୁମାର (୭୭)ଙ୍କ ଅର୍ଦ୍ଧଶତକ ବଳରେ ୪୪.୧ ଓଭରରେ ୮ ଉଇକେଟ୍‌ ହରାଇ ହାସଲ କରିନେଇଥିଲା। ଅପରପକ୍ଷରେ ଏହି ଗ୍ରୁପ୍‌ର ଅନ୍ୟ ଏକ ମ୍ୟାଚ୍‌ରେ ଗୁଜରାଟ ୩୮ ରନରେ ବେଙ୍ଗଲକୁ ହରାଇ ୪ ପଏଣ୍ଟ ହାତେଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri